ଭୁବନେଶ୍ୱର,(ବି.ବି.ବୁ୍ୟରୋ): ବୃହତ୍ତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ବୈଠକ ରାଜ୍ୟ ଯୋଜନା ବୋର୍ଡର ଉପାଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଅନୁÂିତ ହୋଇଯାଇଛି । ଆଜି ଅପରାହ୍ନରେ ଅନୁÂିତ ବୈଠକରେ ପ୍ରକଳ୍ପଗୁଡ଼ିକୁ ଶୀଘ୍ର କାର୍ଯ୍ୟକାରୀ କରିବାକୁ ଗୁରୁତ୍ୱାରୋପ କରାଯାଇଛି ।
ବୈଠକରେ ପୁରୀ ଜିଲ୍ଲାର ସତ୍ୟବାଦୀ ବ୍ଲକ୍ର ୪୬ଟି ଗ୍ରାମକୁ ବୃହତ ପାନୀୟ ଜଳ ପ୍ରକଳ୍ପ, କୃଷ୍ଣପ୍ରସାଦ ବ୍ଲକ୍ର ୯୯ଟି ଗ୍ରାମ, ବ୍ରହ୍ମଗିରି ବ୍ଲକ୍ର ୬୯ଟି ଗ୍ରାମ, କୃଷ୍ଣପ୍ରସାଦ ବ୍ଲକ୍ର ୭ଟି ପଞ୍ଚାୟତ, କଣାସ ବ୍ଲକ୍ର ୧୨୬ଟି ଗ୍ରାମ, ବ୍ରହ୍ମଗିରି ବ୍ଲକ୍ର ୧୮ଟି ଗ୍ରାମ, ସତ୍ୟବାଦୀ ବ୍ଲକ୍ର ୧୪ଟି ଗ୍ରାମକୁ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ତଥା ବ୍ରହ୍ମଗିରି, ଭଣ୍ଡାରୀକୁଦାର ଗୋବର୍ଦ୍ଧନପୁରଠାରେ ନିର୍ମାଣଧୀନ ୫୯ଟି ଗ୍ରାମକୁ ବୃହତ୍ତ ପାନୀୟ ଜଳ ପ୍ରକଳ୍ପର ଅଗ୍ରଗତି ସମ୍ପର୍କରେ ସମୀକ୍ଷା କରାଯାଇଛି । ଏହି ପ୍ରକଳ୍ପଗୁଡ଼ିକୁ ଖୁବ୍ଶୀଘ୍ର କାର୍ଯ୍ୟକାରୀ କରିବା ପାଇଁ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଛନ୍ତି ।
ଚିଲିକା ହ୍ରଦ ମଧ୍ୟରେ ଥିବା ମହିଷା ଓ ବ୍ରହ୍ମପୁର ଗ୍ରାମକୁ ସ୍ୱତନ୍ତ୍ର ପାନୀୟ ଜଳ ପ୍ରକଳ୍ପ ନିମନ୍ତେ ୨ କୋଟି ୯୪ ଲକ୍ଷ ଟଙ୍କା ବ୍ୟୟରେ କାର୍ଯ୍ୟକାରୀ ହେବାକୁ ଥିବା ପ୍ରକଳ୍ପ ଉପରେ ଶ୍ରୀ ଦାସବର୍ମା ଗୁରୁତ୍ୱ ଦେଇଥିଲେ । ଏହାସହିତ ପୁରୀ ସଦର ବ୍ଲକ୍ର ବ୍ରହ୍ମଗିରି ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୧ଟି ପଞ୍ଚାୟତ ଏବଂ ପୁରୀ ନିର୍ବାଚନମଣ୍ଡଳୀ ଅନ୍ତର୍ଗତ ୧୯ଟି ପଞ୍ଚାୟତକୁ ବୃହତ ପାନୀୟ ଜଳ ପ୍ରକଳ୍ପ ମାଧ୍ୟମରେ ପାନୀୟ ଜଳ ଯୋଗାଇବାକୁ ରାଜ୍ୟସ୍ତରୀୟ ମଞ୍ଜୁର ପାଇଁ ବୈଠକରେ ଆଲୋଚନା ହୋଇଥିଲା । ପୁରୀ ସଦର, ଗୋପ, ଡେଲାଙ୍ଗ, କାକଟପୁର ବ୍ଲକ୍ ଓ ଅସ୍ତରଙ୍ଗ ବ୍ଲକ୍ ତଥା ପୁରୀ ସଦର ବ୍ଲକ୍ରେ ବିଶୁଦ୍ଧ ପାନୀୟ ଜଳ ଆବଶ୍ୟକତାକୁ ଆଖିରେ ରଖି କାର୍ଯ୍ୟକାରୀ କରିବା ଦିଗରେ ଆଲୋଚନା ହୋଇଥିଲା । କ୍ୱାରେଣ୍ଟାଇନ୍ ସେଣ୍ଟରଗୁଡ଼ିକରେ ଶୌଚାଳୟ ଓ ପାନୀୟ ଜଳର ପର୍ଯ୍ୟାପ୍ତ ବ୍ୟବସ୍ଥା କରିବା ପାଇଁ ଶ୍ରୀ ଦାସବର୍ମା ବିଭାଗୀୟ ଅଧିକାରୀମାନଙ୍କୁ ନିଦେ୍ର୍ଧଶ ଦେଇଥିଲେ ।
ବୈଠକରେ ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ଦେଓରଞ୍ଜନ କୁମାର ସିଂ, ବିଭାଗୀୟ ନିଦେ୍ର୍ଧଶକ ତଥା ଯୁଗ୍ମ ଶାସନ ସଚିବ ବି. ପରମେଶ୍ୱରନ୍, ସର୍ବୋଚ୍ଚ ଯନ୍ତ୍ରୀ ଅଭୟ କୁମାର ବିଶ୍ୱାଳ, ଅଧୀକ୍ଷଣ ଯନ୍ତ୍ରୀ ସୁମନ୍ତ କୁମାର ହରିଚନ୍ଦନ, ନିର୍ବାହୀ ଯନ୍ତ୍ରୀ ବସନ୍ତ କୁମାର ନାୟକ ପ୍ରମୁଖ ଉପସ୍ଥିତ ଥିଲେ ।
Comments are closed, but trackbacks and pingbacks are open.