ପୁଣି ରାଜଧାନୀରେ ଭୟାବହ ଅଗ୍ନିକାଣ୍ଡ : ୩ ମହିଳା ଦଗ୍ଧ, ୪ ଗୁରୁତର

Get real time updates directly on you device, subscribe now.

ନୂଆଦିଲ୍ଲୀ: ରାଜଧାନୀ ଦିଲ୍ଲୀରେ ପୁଣି ଭୟାବହ ଅଗ୍ନିକାଣ୍ଡ ଘଟିଛି । ଶାଲିମାର ସ୍ଥିତ ଏକ ବିଲ୍ଡିଂରେ ଅଗ୍ନିକାଣ୍ଡ ହୋଇଥିବା ଜଣାପଡିଛି । ଶନିବାର ରାତିରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି । ଅଗ୍ନିକାଣ୍ଡ ଯୋଗୁଁ ୩ ଜଣ ମହିଳାଙ୍କ ମୃତ୍ୟୁ ଘଟିଛି । ୪ ଜଣ ମହିଳା ଗୁରୁତର ହୋଇଛନ୍ତି । ଗୁରୁତରମାନଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ କରିଛି ।
ସୂଚନାଯୋଗ୍ୟ ଯେ, ଶନିବାର ସନ୍ଧ୍ୟା ସମୟରେ ବିକ୍ୟୁ ବ୍ଲକ୍ ସ୍ଥିତ ଶାଲିମାର ବାଗ୍ ଅଞ୍ଚଳର େକ ବିଲ୍ଡିଂରେ ନିଆଁ ଲାଗିଥିବା ଜଣାପଡିଥିଲା। ଏହାପରେ ଦମକଳ ବାହିନୀକୁ ଖବର ଦେଖିଥିଲେ ସ୍ଥାନୀୟଲୋକ। ବିଲ୍ଡିଂରୁ ୭ ଜଣ ମହିଳାଙ୍କୁ ଗୁରୁତର ଅବସ୍ଥାରେ ଉଦ୍ଧାର କରାଯାଇଥିଲା । ତୁରନ୍ତ ସେମାନଙ୍କୁ ଉଦ୍ଧାର କରି ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ତେବେ ହସ୍ପିଟାଲରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଗୁରୁତର ଅବସ୍ଥାରେ ଆଉ ୪ଜଣଙ୍କ ଚିକିତ୍ସା ଜାରି ରହିଛି।
ଗତ ରବିବାର ଶଷ୍ୟ ମଣ୍ଡିରେ ଭୟାବହ ଅଗ୍ନିକାଣ୍ଡ ଘଟିଥିଲା । ଅଗ୍ନିକାଣ୍ଡ ଫଳରେ ୪୩ ଜଣ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons