ଭୁବନେଶ୍ୱର,(ବୁ୍ୟରୋ): ପୁରୀକୁ ବିଶ୍ୱ ଐତିହ୍ୟ ନଗରୀ ଭାବେ ବିକଶିତ କରିବା ପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇଛନ୍ତିଫ ଆଜି ଏ ବାବଦରେ ସରକାର ନୂଆ ପଦକ୍ଷେପ ନେଇଛନ୍ତି । ପୁରୀକୁ ବିଶ୍ୱ ଐତିହ୍ୟ ନଗରୀରେ ବଦଳିବା କାର୍ଯ୍ୟକ୍ରମକୁ ତ୍ୱରାନ୍ୱିତ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପ;ନାୟକ ୫ଜଣ ଶିକ୍ଷାନବିସ (ପ୍ରୋବେସନାର୍) ଆଇଏଏସ୍ ଅଫିସର୍ଙ୍କୁ ପୁରୀରେ ନିଯୁକ୍ତ କରିଛନ୍ତି । ସେମାନେ ପୁରୀର ବିକାଶ ପାଇଁ କରାଯାଉଥିବା ବିଭିନ୍ନ ପ୍ରକଳ୍ପ ଦାୟିତ୍ୱରେ ରହିବେ । ପୁରୀର ଭିତ୍ତିଭୂମିର ବିକାଶ, କୀର୍ତ୍ତିରାଜିର ସଂରକ୍ଷଣ ଓ ସୁରକ୍ଷାକୁ ଦୃଷ୍ଟିରେ ରଖି ୫ଶହ କୋଟି ଟଙ୍କାର ବିଭିନ୍ନ ପ୍ରକଳ୍ପ ଆରମ୍ଭ କରାଯାଉଛି ।
ଏହି ଶିକ୍ଷାନବିସ ଆଇଏଏସ୍ ଅଫିସର୍ମାନେ ହେଲେ ସୂର୍ଯ୍ୟବଂଶୀ ମୟୂର ବିକାଶ, କୀର୍ତ୍ତିଭାସନ୍ ଭି, ଡ. ଶୁଭଙ୍କର ମହାପାତ୍ର, କେ. ସୋନାଲ ଓ ଭୁବନେଶ୍ୱର ପାଟିଲ୍ । ଏମାନେ ସମସ୍ତେ ୨୦୧୮ ବ୍ୟାଚ୍ ଆଇଏଏସ୍ ଅଫିସର୍ । ସମସ୍ତେ ଆଜି ପୁରୀର କାର୍ଯ୍ୟରେ ଯୋଗଦେଇଛନ୍ତି । ପୁରୀ ଯିବା ପୂର୍ବରୁ ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟର ମୁଖ୍ୟ ପରାମର୍ଶଦାତା ଆର୍. ବାଲକ୍ରିଷ୍ଣନ୍ ଏବଂ ମୁଖ୍ୟମନ୍ତ୍ରୀଙ୍କ ୫-ଟି ସଚିବ ଭି. କେ. ପାଣ୍ଡିଆନ୍ ସେମାନଙ୍କୁ ସେମାନଙ୍କ ଦାୟିତ୍ୱ ସମ୍ପର୍କରେ ପ୍ରଶିକ୍ଷଣ ଦେଇଥିଲେ । ରାଜ୍ୟ ସରକାରଙ୍କ ଏହି ମହତ୍ତ୍ୱାକାଂକ୍ଷୀ କାର୍ଯ୍ୟକ୍ରମକୁ ସଫଳ କରିବା ପାଇଁ ପ୍ରତିବଦ୍ଧତାର ସହ କାମ କରିବାକୁ ପରାମର୍ଶ ଦେଇଥିଲେ ।
Comments are closed, but trackbacks and pingbacks are open.