ପ୍ରକାଶ ପାଇଲା ମାଟ୍ରିକ ରେଜଲ୍ଟ: ପାସ୍ ହାର ୯୭.୮୯ ପ୍ରତିଶତ, ଫେଲ୍ ହେଲେ ୭୭୦୩

Get real time updates directly on you device, subscribe now.

କଟକ: ପ୍ରକାଶ ପାଇଲା ଚଳିତବର୍ଷର ମାଟ୍ରିକ୍‌ ପରୀକ୍ଷା ଫଳ । କରୋନା ମହାମାରୀ ଯୋଗୁଁ ପ୍ରଥମ ଥର ପାଇଁ ବିନା ପରୀକ୍ଷାରେ ପ୍ରକାଶ ପାଇଲା ଫଳାଫଳ। ଚଳିତ ବର୍ଷ ପାସ୍ ହାର ୯୭.୮୯ ପ୍ରତିଶତ ରହିଛି। ମୋଟ୍ ୫,୭୪,୧୨୫ ପିଲାଙ୍କ ମଧ୍ୟରୁ ୫, ୬୨, ୦୧୦ ପାସ୍ କରିଛନ୍ତି। କଟକ ସ୍ଥିତ ବୋର୍ଡ କାର୍ୟ୍ୟାଳୟରେ ଶୁକ୍ରବାର ଗଣଶିକ୍ଷା ମନ୍ତ୍ରୀ ସମୀରରଞ୍ଜନ ଦାଶ ପରୀକ୍ଷା ରେଜଲ୍ଟ ଘୋଷଣା କରିଛନ୍ତି। ଅପରାହ୍ନ ୪ଟା ବେଳେ ମାଟ୍ରିକ୍ ପରୀକ୍ଷା ଫଳ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ଦିଆଯାଇଥିଲା।
ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି, ମୋଟ୍ ୫,୭୪,୧୨୫ ପିଲାଙ୍କ ମଧ୍ୟରୁ ୫, ୬୨, ୦୧୦ ପାସ୍ କରିଥିବା ବେଳେ ୭୭୦୩ ଛାତ୍ର-ଛାତ୍ରୀ ଫେଲ୍ ହୋଇଥିବା ସୂଚନା ମିଳିଛି। ୪୪୧୨ ପିଲା ଅନୁପସ୍ଥିତ ଥିବା ବେଳେ ୨୨୫୬ ପିଲାଙ୍କ ମାର୍କ ଦେଇ ନାହାନ୍ତି ସ୍କୁଲ କର୍ତ୍ତୃପକ୍ଷ । ସେହିପରି ଏ୧ ଗ୍ରେଡ୍ ପାଇଥିବା ଛାତ୍ର-ଛାତ୍ରୀଙ୍କ ସଂଖ୍ୟା ୨୬୫୬ । ଏ୨ ଗ୍ରେଡ ପାଇଥିବା ଛାତ୍ର-ଛାତ୍ରୀଙ୍କ ସଂଖ୍ୟା ୨୨,୧୩୧ ରହିଥିବା ବେଳେ ବି୧ ଗ୍ରେଡ ପାଇଥିବା ଛାତ୍ର-ଛାତ୍ରୀଙ୍କ ସଂଖ୍ୟା ୫୨,୧୯୯ ରହିଛି। ସେହିପରି ବି୨ ଗ୍ରେଡରେ ଅଛନ୍ତି ୯୪,୪୭୫ ଛାତ୍ର-ଛାତ୍ରୀ।
ଗଣଶିକ୍ଷା ମନ୍ତ୍ରୀ କହିଛନ୍ତି ଚଳିତ ବର୍ଷ ୫୯୪୫ ସ୍କୁଲରେ ଶତ ପ୍ରତିଶତ ପିଲା ପାସ୍ କରିଛନ୍ତି। ଏଥର କୌଣସି ସ୍କୁଲରେ ରେଜଲ୍ଟ ଶୂନ୍ୟ ହୋଇ ନାହିଁ। ଏକ୍ସରେଗୁଲାରରେ ୫୩,୨୭୯ ଛାତ୍ର-ଛାତ୍ରୀଙ୍କ ମଧ୍ୟରୁ ୪୭,୦୬୦ ପାସ୍ ହୋଇଛନ୍ତି। ଏକ୍ସରେଗୁଲାରରେ ପାସ୍ ହାର ୮୮.୩୦ ପ୍ରତିଶତ ରହିଛି।
ସେହିଭଳି ସନ୍ଧ୍ୟା ୬ଟା ପରଠାରୁ ୨ଟି ୱେବସାଇଟ୍‌ରେ ଉପଲବ୍ଧ ହେବ ପରୀକ୍ଷା ଫଳ । ଓ୍ଵେବସାଇଟ୍ bseodisha.in ଓ bseodisha.nic.inରେ ଉପଲବ୍ଧ ହେବ ରେଜଲ୍ଟ ହେବ ।
ଅନ୍ୟପଟେ SMS ମାଧ୍ୟମରେ ମଧ୍ୟ ଛାତ୍ରଛାତ୍ରୀ ପରୀକ୍ଷାଫଳ ପାଇପାରିବେ । ଏଥିପାଇଁ OR01 Roll No ଲେଖି ୫୬୭୬୭୫୦କୁ SMS ପଠାଇବାକୁ ହେବ । ସେପଟେ ମଧ୍ୟମା ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷା ଫଳ ମଧ୍ୟ ପ୍ରକାଶ ପାଇବ ବୋଲି ବୋର୍ଡ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons