ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ସ୍ୱପ୍ନ: ନବୀନ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ଆ.ପ୍ର.): ରାଜ୍ୟର ଆଉ ୧୯ଟି ସହରରେ ୨୪ ଘଣ୍ଟା ଟ୍ୟାପ୍ରୁ ମିଳିବ ଶୁଦ୍ଧ ପିଇବା ପାଣି । ଲୋକମାନେ ସିଧାସଳଖ ଟ୍ୟାପରୁ ପାଣି ପିଇପାରିବେ । ଭୁବନେଶ୍ୱର, କଟକ, ନିମାପଡା, ବ୍ରହ୍ମପୁର, ଗୋପାଳପୁର, ରାଉରକେଲା, ସୁନ୍ଦରଗଡ, ବୀରମିତ୍ରପୁର, ରାଜଗାଙ୍ଗପୁର, କେନ୍ଦୁଝର, ଯୋଡା, ବଡବିଲ୍, ଚମ୍ପୁଆ, ଆନନ୍ଦପୁର, ବାରିପଦା, ରାଇରଙ୍ଗପୁର, ଉଦଳା, କରଞ୍ଜିଆ ଓ ବ୍ୟାସନଗର ପାଇଁ ଡ୍ରିଙ୍କ ଫ୍ରମ ଟ୍ୟାପ୍ ପ୍ରକଳ୍ପକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲୋକାର୍ପିତ କରିଛନ୍ତି । ୫ଟି ଯୋଜନାରେ କାର୍ଯ୍ୟକାରୀ ହେଉଥିବା ଏହି ପ୍ରକଳ୍ପ ଦ୍ୱାରା ୫.୫୦ ଲକ୍ଷ ଲୋକଙ୍କୁ ମିଳିଛି ସ୍ୱଚ୍ଛ ପିଇବା ପାଣି ।
ବୁଧବାର ଲୋକସେବା ଭବନର ସମ୍ମେଳନ କକ୍ଷରେ ମୁଖ୍ୟମନ୍ତ୍ରୀ ଏହି ପ୍ରକଳ୍ପକୁ ଲୋକାର୍ପିତ କରିବା ଅବସରରେ କହିଥିଲେ ଯେ, ପ୍ରତି ପରିବାରକୁ ଭଲ ପିଇବା ପାଣି ଯୋଗାଇବା ମୋର ବହୁତ ଦିନର ସ୍ୱପ୍ନ । ଏହା ସବୁବେଳେ ମୋ ସରକାରର ପ୍ରାଥମିକତା ହୋଇ ରହିଛି । ଆଜି ଏକ ଐତିହାସିକ ଦିନ । ଜଳ ଆମ ସମସ୍ତଙ୍କ ପାଇଁ ଅମୂଲ୍ୟ । ତେଣୁ ଆମେ ଏହାକୁ ଉପଯୁକ୍ତ ଭାବେ ବ୍ୟବହାର କରିବା ଉଚିତ ବୋଲି ମତ ଦେଇ ମୁଖ୍ୟମନ୍ତ୍ରୀ ଗୋଟିଏ ବି ବୁନ୍ଦା ଜଳ ନଷ୍ଟ ନ କରିବା ପାଇଁ ଜନସାଧାରଣଙ୍କୁ ନିବେଦନ କରିଥିଲେ । ବିଶ୍ୱର ବଡ ସହରର ବ୍ୟବସ୍ଥା ସହିତ ଆଜି ଓଡ଼ିଶାର ସହରଗୁଡିକ ମଧ୍ୟ ଯୋଡି ହୋଇଛନ୍ତି ଓ ବୁ୍ୟରୋ ଅଫ୍ ଇଣ୍ଡିଆନ୍ ଷ୍ଟାଣ୍ଡାର୍ଡସ୍ ମାନ ଅନୁଯାୟୀ ଉତ୍ତମ ଓ ସ୍ୱଚ୍ଛ ଜଳ ପାଇପାରୁଛନ୍ତି । ଏହି ସେବା ପାଇଁ ମୁଖ୍ୟମନ୍ତ୍ରୀ ୱାଟକୋକୁ ଧନ୍ୟବାଦ ଦେଇଥିଲେ ।
ପୂର୍ବରୁ ଏହି ଯୋଜନାରେ ପୁରୀରେ ସବୁ ଲୋକଙ୍କୁ ଡ୍ରିଙ୍କ ଫ୍ରମ୍ ଟ୍ୟାପ୍ ସୁବିଧା ମିଳିଥିଲା । ଗୋପାଳପୁରରେ ମଧ୍ୟ ରାଜ୍ୟର ଦ୍ୱିତୀୟ ସହର ଭାବରେ ଶତ ପ୍ରତିଶତ ଲାକଙ୍କୁ ଡ୍ରିଙ୍କ ଫ୍ରମ ଟ୍ୟାପ୍ ବ୍ୟବସ୍ଥାର ସୁବିଧା ମିଳିଲା । ଏହା ବ୍ୟତୀତ ଖୋର୍ଦ୍ଧା, ଜଟଣୀ ଓ ହିଞ୍ଜିଳିକାଟୁ ସହର ପାଇଁ ମୁଖ୍ୟମନ୍ତ୍ରୀ ଡ୍ରିଙ୍କ ଫ୍ରମ ଟ୍ୟାପ କାର୍ଯ୍ୟକ୍ରମର ଆରମ୍ଭ ଘୋଷଣା କରିଥିଲେ । ଏହା ଦ୍ୱାରା ଏହି ୩ଟି ସହରର ୧.୫୦ ଲକ୍ଷ ଲୋକ ଉପକାର ପାଇବେ । କାର୍ଯ୍ୟକ୍ରମରେ ଯୋଗ ଦେଇ ନଗର ଉନ୍ନୟନ ମନ୍ତ୍ରୀ ଉଷା ଦେବୀ କହିଲେ ଯେ, ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଓ ଦୃଢ ନେତୃତ୍ୱ ଯୋଗୁ ଆଜି ଓଡ଼ିଶାବାସୀ ଉନ୍ନତ ମାନର ସେବା ପାଇପାରୁଛନ୍ତି ।  ଓମବାଡସିର ଓଭରସାଇଟ୍ ଅଥରିଟି ଜଷ୍ଟିସ ଅନନ୍ତ ପଟ୍ଟନାୟକ କହିଲେ ଯେ, ତାଙ୍କର କାର୍ଯ୍ୟର ଆବଶ୍ୟକତା ଯୋଗୁ ସେ ମାଇନିଂ ଅଞ୍ଚଳକୁ ପ୍ରାୟତଃ ଗସ୍ତ କରନ୍ତି । ପାଣି ପାଇଁ ଲୋକଙ୍କ ଅସୁବିଧାକୁ ସେ ଅନୁଭବ କରିଛନ୍ତି । ଆଜି ସେ ଅଞ୍ଚଳଗୁଡିକରେ ପିଇବା ପାଣି କ୍ଷେତ୍ରରେ ଉଲ୍ଲେଖନୀୟ କାମ ହୋଇଛି । ଏଥିପାଇଁ ମୁଖ୍ୟମନ୍ତ୍ରୀଙ୍କ ଭୂମିକା ବାସ୍ତବରେ ପ୍ରଶଂସନୀୟ ବୋଲି ସେ କହିଥିଲେ । କାର୍ଯ୍ୟକ୍ରମରେ ଗୃହ ନିର୍ମାଣ ଓ ନଗର ଉନ୍ନୟନ ବିଭାଗର ପ୍ରମୁଖ ସଚିବ ଜି. ମାଥିଭାତନନ ସ୍ୱାଗତ ଭାଷଣ ଦେଇଥିବା ବେଳେ ୱାଟକୋର ସିଇଓ ପି କେ ସ୍ୱାଇଁ ଧନ୍ୟବାଦ ଦେଇଥିଲେ । ମନ୍ତ୍ରୀ ଅଶୋକ ପଣ୍ଡା, ଭୁବନେଶ୍ୱରର ମେୟର ସୁଲୋଚନା ଦାସ, ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର, ମୁଖ୍ୟମନ୍ତ୍ରୀଙ୍କ ୫ଟି ସଚିବ ଭି କେ ପାଣ୍ଡିଆନଙ୍କ ସମେତ ଅନ୍ୟ ବରିÂ ଅଧିକାରୀ ଯୋଗ ଦେଇଥିଲେ । 

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons