ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ

Get real time updates directly on you device, subscribe now.

ପୁରୀ : ଓଡିଶା ସରକାରଙ୍କ ଫୋକସରେ ରହିଛି ପୁରୀ । ଗତ ଏକ ବର୍ଷ ଧରି ପୁରୀରେ ଅନେକ ଉନ୍ନୟନମୂଳକ କାର୍ୟ୍ୟ କରାଯାଉଛି । ଶ୍ରୀକ୍ଷେତ୍ରକୁ ବିଶ୍ୱ ଦରବାରରେ ଏକ ସ୍ୱତନ୍ତ୍ର ସ୍ଥାନ ଦେବାକୁ ରାଜ୍ୟ ସରକାର ଦିନରାତି କସରତ କରୁଛନ୍ତି । ଏହାମଧ୍ୟରେ ଦେଶର ବିଭିନ୍ନ ରାଜ୍ୟ ଓ ବିଦେଶୀ ପର୍ୟ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଏବେ ସରକାର ପାଗ ଭିଡିଛନ୍ତି । ଗମନାଗମନକୁ ଆହୁରି ସରଳ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦ କରିବାକୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଚିଠି ଲେଖିଛନ୍ତି ।
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କୁ ଶୁକ୍ରାବର ମୁଖ୍ୟମନ୍ତ୍ରୀ ଚିଠି ଲେଖିଛନ୍ତି । ପୁରୀରେ ଅନ୍ତର୍ଜାତୀୟ ବିମାନ ବନ୍ଦର ନିର୍ମାଣ ପାଇଁ ଚିଠିରେ ଉଲ୍ଲେଖ ରହିଛି ।
ଭାରତର ପ୍ରସିଦ୍ଧ ଚାରି ଧାମ ମଧ୍ୟରୁ ପୁରୀ ଧାମକୁ ସାରା ବିଶ୍ବରୁ ଲୋକେ ଆସୁଛନ୍ତି। ୟୁନେସ୍କୋ ବିଶ୍ବ ଐତିହ୍ୟସ୍ଥଳୀ କୋଣାର୍କ ପୁରୀରୁ ମାତ୍ର ୩୫ କିମି ଦୂରରେ ରହିଛି। ସାଂସ୍କୃତିକ, ଆର୍ଥିକ, ପର୍ୟ୍ୟଟନ ହବ୍ ହେବା ପାଇଁ ପୂରୀରେ ଅପୂର୍ବ ସୁଯୋଗ ରହିଛି । ଏହାକୁ ଆଖିରେ ରଖି ବିମାନବନ୍ଦର କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ଦେଇଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons