ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ ଜଣାଇଲେ ରଜ ଶୁଭେଚ୍ଛା

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ନୁ୍ୟଜ୍): ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଓ ଅଭିନନ୍ଦନ ଜଣାଇଛନ୍ତି । ଉଭୟେ ଟ୍ୱିଟ୍ କରି ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି । ପ୍ରଧାନମନ୍ତ୍ରୀ ଉଭୟ ଓଡ଼ିଆ ଓ ଇଂରାଜୀରେ ଟ୍ୱିଟ୍ କରିଛନ୍ତି । ସେ ଲେଖିଛନ୍ତି- ବିଶେଷ ଉତ୍ସବ ରାଜ ପର୍ବ ଅବସରରେ ଓଡ଼ିଶାବାସୀଙ୍କୁ ହାର୍ଦ୍ଧିକ ଶୁଭକାମନା । ଏହି ଅବସର ଆମ ସମାଜରେ ଆନନ୍ଦ ଓ ଭାତୃତ୍ୱକୁ ଆହୁରି ଦୃଢ଼ କରୁ । ରାଜ୍ୟବସାୀଙ୍କର ଉତ୍ତମ ସ୍ୱାସ୍ଥ୍ୟ ଓ ଉତ୍ତୋତ୍ତର ଉନ୍ନତି କାମନା କରୁଛି । ସେହିପରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଲେଖିଛନ୍ତି୦ ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ । ପ୍ରକୃତି , ଧରିତ୍ରୀ ଓ ନାରୀକୁ ପୂଜିବାର ବା ସମ୍ମାନ ଜଣାଇବାର ଏହା ହେଉଛି ଆମର ଅନ୍ୟ ପରମ୍ପରା । ଆସନ୍ତୁ, କୋଭିଡ୍-୧୯ର ସମସ୍ତ ନିୟମକୁ ମାନି ଘରେ ରହି ଏଥର ରଜ ପର୍ବକୁ ସ୍ୱତନ୍ତ୍ର କରିବା । କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ୱିଟ୍ କରି ରଜପର୍ବ ଅବସରରେ ସମସ୍ତଙ୍କୁ ଶୁଭକାମନା ଜଣାଇଛନ୍ତି । ସେ ଟ୍ୱିଟ୍ କରି ଲେଖିଛନ୍ତି- ଓଡ଼ିଶାର ସଂପୃକ୍ତି ,କୃଷି ଅର୍ଥନୀତି ଓ ଯୁବପିଢ଼ି ସହ ଜଡିତ ଓଡ଼ିଶାର ପାରମ୍ପରିକ ଓ ଗଣପର୍ବ ରଜ ପର୍ବଅବସରରେ ଶୁଭକାମନା ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons