ପ୍ରଧାନମନ୍ତ୍ରୀ, ରେଳମନ୍ତ୍ରୀଙ୍କୁ ଧର୍ମେନ୍ଦ୍ରଙ୍କ ଧନ୍ୟବାଦ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ରେଳ ଭିତ୍ତିଭୂମିର ବିକାଶ ପାଇଁ ଚଳିତ ଆର୍ଥିକ ବର୍ଷରେ କେନ୍ଦ୍ର ରେଳ ବଜେଟ୍ରେ ଓଡ଼ିଶାକୁ ୪ ହଜାର ୩୭୩ କୋଟି ଟଙ୍କା ଅନୁଦାନ ଦେଇଥିବାରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରେଳମନ୍ତ୍ରୀ ପିୟୂଷ ଗୋୟଲଙ୍କୁ ଧନ୍ୟବାଦ ଜଣାଇଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି ଅର୍ଥ ରାଜ୍ୟରେ ରେଳ ଭିତ୍ତିଭୂମି ଓ ରେଳ ସଂଯୋଗ ସ୍ଥାପନକୁ ସୁଦୃଢ କରିବା ସହ ଯାତ୍ରୀଙ୍କ ସୁବିଧା ବଢାଇବାରେ ସହାୟକ ହେବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ଶ୍ରୀ ପ୍ରଧାନ ପ୍ରତିକ୍ରିୟାରେ ଉଲ୍ଲେଖ କରିଛନ୍ତି, ୨୪୧ କିମି ସମ୍ୱଲପୁର-ଗୋପାଳପୁର ଭାୟା ଫୁଲବାଣୀ ନୂଆ ରେଳ ଲାଇନ ପ୍ରକଳ୍ପ ପାଇଁ ୨୯୫୭ କୋଟି ଅନୁଦାନ କେବଳ ଜନଜାତି ଅଞ୍ଚଳରେ ରେଳ ସଂଯୋଗ ସ୍ଥାପନ କରିବ ନାହିଁ, ସ୍ଥାନୀୟ ଅର୍ଥନୀତିକୁ ମଧ୍ୟ ସମୃଦ୍ଧ କରିବ ।
ଶ୍ରୀ ପ୍ରଧାନ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଖୋର୍ଦ୍ଧାରୋଡ଼-ବଲାଙ୍ଗିର ରେଳ ଲାଇନ ପ୍ରକଳ୍ପ ପାଇଁ ୫୨୦ କୋଟି ଟଙ୍କା ଅନୁଦାନ ଦେଇ ଓଡ଼ିଶା ତଥା ପୂର୍ବ ଭାରତର ବିକାଶକୁ ଅଧିକ ଧ୍ୟାନ ଦେଉଛନ୍ତି । ମିଶନ୍ ପୂର୍ବୋଦୟ ପ୍ରଧାନମନ୍ତ୍ରୀଙ୍କ ଦ୍ୱାରା କଳ୍ପନା କରାଯାଇଥିବା ବେଳେ ଦେଶର ବିକାଶ ପୂର୍ବ ଭାରତର ନେତୃତ୍ୱ ଦ୍ୱାରା ସମ୍ଭବ ବୋଲି ଏହା ସୁନିଶ୍ଚିତ କରୁଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons