ଭୁବନେଶ୍ୱର: ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡ଼ା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କୁ ବିଜେପି ରାଜ୍ୟ ସଭାପତି ସମୀର ମହାନ୍ତି ଧନ୍ୟବାଦ ଜଣାଇଛନ୍ତି।
ପ୍ରବାସୀ ଓଡ଼ିଆଙ୍କ ଘର ବାହୁଡ଼ା ପାଇଁ କେନ୍ଦ୍ର ସରକାର ପଦକ୍ଷେପ ନେଇଥିବାରୁ ସମୀର ମହାନ୍ତି ଧନ୍ୟବାଦ ଜଣାଇଛନ୍ତି। ଲକ୍ଡାଉନ୍ ଯୋଗୁ ରାଜ୍ୟ ବାହାରେ ଶ୍ରମିକମାନେ ଫସି ରହିଥିବା ବେଳେ ସ୍ୱତନ୍ତ୍ର ଟ୍ରେନ୍ ଯୋଗେ ଶ୍ରମିକଙ୍କୁ ଆଣିବାକୁ କେନ୍ଦ୍ର ସରକାର ଅନୁମତି ଦେଇଛନ୍ତି। ଶ୍ରମିକ ଦିବସରେ ସରକାରଙ୍କ ଏଭଳି ନିଷ୍ପତ୍ତି ସ୍ୱାଗତଯୋଗ୍ୟ ବୋଲି ବିଜେପି ରାଜ୍ୟ ସଭାପତି କହିଛନ୍ତି।
କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀଙ୍କ ସହଯୋଗ କ୍ରମେ ଓଡ଼ିଶା ମୁଖ୍ୟମନ୍ତ୍ରୀ ଅନ୍ୟ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥା ହୋଇଥିଲେ। ଫଳରେ ପ୍ରଥମ ପର୍ୟ୍ୟାୟରେ କେରଳରେ ଫସି ରହିଥିବା ଓଡ଼ିଆ ଶ୍ରମିକମାନେ ଟ୍ରେନ୍ ଯୋଗେ ନିଜ ନିଜ ଘରକୁ ଫେରୁଛନ୍ତି।
Comments are closed, but trackbacks and pingbacks are open.