ବଜ୍ରାଘାତରେ ଦୁଇ ମୃତ, ଦୁଇ ଗୁରୁତର

Get real time updates directly on you device, subscribe now.

ଆନନ୍ଦପୁର: କେନ୍ଦୁଝର ଜିଲ୍ଲା ଆନନ୍ଦପୁରରେ ବଜ୍ରାଘାତରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି । ଅନ୍ୟ ଦୁଇ ଜଣ ଗୁରୁତର ଅବସ୍ଥାରେ ମେଡିକାଲରେ ଭର୍ତ୍ତି ହୋଇଛନ୍ତି ।
ସୂଚନାଯୋଗ୍ୟ ଯେ, କେନ୍ଦୁଝର ଜିଲ୍ଲା ପଦ୍ମପୁର ଗାଁ ନିକଟ ବିଲରେ କାମ କରୁଥିବା ବେଳେ ବଜ୍ରପାତ ହୋଇଥିଲା । ବଜ୍ରାଘାତ ଫଳରେ ବିଲରେ କାମ କରୁଥିବା ବ୍ୟକ୍ତି ଆଘାତପ୍ରାପ୍ତ ହୋଇଥିଲେ । ସେମାନଙ୍କ ମଧ୍ୟରୁ ଦୁଇ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତ ହୋଇଛନ୍ତି । ଗୁରୁତରଙ୍କୁ ମେଡିକାଲରେ ଭର୍ତ୍ତି କରାଯାଇଛି । ମୃତକ ହେଲେ ଭାଗବତ ନାୟକ ଏବଂ ଦୁଷ୍କନ୍ତ ନାୟକ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons