ବମିଖାଲ ନିକଟରୁ ଉଦ୍ଧାର ହେଲା ଯୁବକଙ୍କ ମୃତଦେହ

Get real time updates directly on you device, subscribe now.

ଭୁବନେଶ୍ବର : ଭୁବନେଶ୍ବର ସ୍ଥିତ ବମିଖାଲ ନିକଟରୁ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତ ଯୁବକଙ୍କ ପରିଚୟ ମିଳିଛି । ମୃତ ଯୁବକ ହେଉଛନ୍ତି ବଡମ୍ବା ନରସିଂହପୁର ଅଞ୍ଚଳର ସଞ୍ଜୟ ନାୟକ । ତେବେ କେହି ଦୁର୍ବୃତ୍ତ ତାଙ୍କୁ ହତ୍ୟା କରି ସେଠାରେ ଫିଙ୍ଗିଦେଇଥିବା ସନ୍ଦେହ କରାଯାଉଛି । ସଞ୍ଜୟ ଏକ ଫାଷ୍ଟଫୁଡ ଦୋକାନରେ କାମ କରୁଥିଲେ । ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ହତ୍ୟା କରାଯାଇଥିବା ସନ୍ଦେହ କରାଯାଉଛି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ କ୍ୟାପିଟାଲ ହସ୍ପିଟାଲକୁ ପଠାଇଛି । ହତ୍ୟାକାଣ୍ଡର ଅଧିକ ତଦନ୍ତ ଜାରି ରଖିଛି ପୋଲିସ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons