ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ବର : ଭୁବନେଶ୍ବର ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାର୍ୟ୍ୟର ସମୀକ୍ଷା କରିବାକୁ ପହଞ୍ଚିଥିଲେ ଖୋଦ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆନ୍ତର୍ଜାତୀୟ ସ୍ତରରେ ବସଷ୍ଟାଣ୍ଡ ପାଇଁ ରାଜ୍ୟ ସରକାର ଯୋଜନା କରିଥିବା ବେଳେ ଏନେଇ କାର୍ୟ୍ୟ କେତେ ବାଟ ଆଗେଇଛି ସେନେଇ ବୁଲି ଦେଖିଛନ୍ତି ମୁଖ୍ୟମନ୍ତ୍ରୀ।
ତେବେ ୧୮ ମାସରେ ସରିବ ବରମୁଣ୍ଡା ବସଷ୍ଟାଣ୍ଡର ଉନ୍ନତୀକରଣ କାମ । ଏଥିପାଇଁ ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା । ନୂଆ ବସଷ୍ଟାଣ୍ଡ ଟର୍ମିନାଲ ପାଇଁ ଖର୍ଚ୍ଚ ହେବ ୧୮୦ କୋଟି ଟଙ୍କା । ତେବେ ଏନେଇ ସମୀକ୍ଷା ପରେ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
କରୋନା କାଳରେ ବସଷ୍ଟାଣ୍ଡର କାମ ଆରମ୍ଭ ହୋଇଥିବା ବେଳେ ରାଜ୍ୟ ବାହାରୁ ଆସୁଥିବା ଯାତ୍ରୀଙ୍କୁ ଧ୍ୟାନରେ ରଖି ବହୁ ଅତ୍ୟାଧୁନିକ ବ୍ୟବସ୍ଥା କରାଯିବ। ବରମୁଣ୍ଡା ବସ୍‌ଷ୍ଟାଣ୍ଡରେ ଡିସ୍‌ପ୍ଲେ ବ୍ୟବସ୍ଥା ହେବାକୁ ଥିବା ବେଳେ ସୋଲାର ପାଓ୍ବାର ସିଷ୍ଟମ, ଡ୍ରେନେଜ୍‌ ସିଷ୍ଟମ୍‌ ଆଦି ରହିବ। ତେବେ ବରମୁଣ୍ଡା ବସ୍‌ଷ୍ଟାଣ୍ଡ ସୌନ୍ଦର୍ୟୀକରଣ ପାଇଁ ସେପ୍ଟେମ୍ବର ୨୬, ୨୦୧୯ରେ ପ୍ରସ୍ତାବ ଉପରେ କ୍ୟାବିନେଟ୍ ମୋହର ମାରିଥିଲା ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons