ବସ୍-ଟ୍ରକ ମଧ୍ୟରେ ମୁହାଁମୁହିଁ ଧକ୍କା, ୨୦ରୁ ଅଧିକ ଆହତ

Get real time updates directly on you device, subscribe now.

ନୀଳଗିରି : ବାଲେଶ୍ବର ଜିଲ୍ଲା ନୀଳଗିରି ଉଦଳା ରାସ୍ତା ତେଲିପାଳ ଆଶ୍ରମ ସ୍କୁଲ ନିକଟରେ ବସ୍ ଦୁର୍ଘଟଣା ଘଟିଛି । ବସ୍ ଦୁର୍ଘଟଣାରେ ୨୦ରୁ ଅଧିକ ଯାତ୍ରୀ ଆହତ ଅବସ୍ଥାରେ ମେଡିକାଲରେ ଭର୍ତ୍ତି କରାଯାଇଛି ।
ସୂଚନାଯୋଗ୍ୟ ଯେ, ବାଲେଶ୍ବର ରୁ ଉଦଳା ଯାଉଥିବା ସାହୁ ନାମକ ଏକ ଘରୋଇ ବସ-ଟ୍ରକ ମଧ୍ୟରେ ମୁହାଁମୁହିଁ ଦୁର୍ଘଟଣା ହୋଇଛି। ଦୁର୍ଘଟଣା ପରେ ବସଟି ରାସ୍ତା କଡରେ ଥିବା ଏକ ଗଛରେ ପିଟିହୋଇଯାଇଥଲା । ବସରେ ଥିବା ଯାତ୍ରୀଙ୍କ ମଧ୍ୟରୁ ପାଞ୍ଚ ଜଣ ଗୁରୁତର ହେବା ସହ ୨୦ରୁ ଅଧିକ ଆହତ ହୋଇଥିବାର ସୂଚନା ମିଳିଛି । ସମସ୍ତ ଗୁରୁତର ଥିବା ଯାତ୍ରୀମାନଙ୍କୁ ବରମପୁର ଓ ନୀଳଗିରି ମେଡିକାଲରେ ଭର୍ତ୍ତି କରାଯାଇଛି। ବରହମପୁର ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons