ବାଇକ୍‌ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ବସ୍

Get real time updates directly on you device, subscribe now.

ପିପିଲି: ବାଇକ୍‌ ଆରୋହୀଙ୍କୁ ବଞ୍ଚାଇବାକୁ ଯାଇ ଓଲଟିଲା ଯାତ୍ରୀବାହୀ ବସ୍। ପୁରୀ ଜିଲ୍ଲା ସାକ୍ଷୀଗୋପାଳପୁର ଥାନା ଅନ୍ତର୍ଗତ ବୀରଗୋବିନ୍ଦପୁର ଛକ ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ଦୁର୍ଘଟଣାରେ ୯ଜଣ ଗୁରୁତର ଆହତ ହୋଇଛନ୍ତି।
ସୂଚନା ଅନୁସାରେ, ‘ଶ୍ରୀ ଦୁର୍ଗା’ ନାମକ ଯାତ୍ରୀବାହୀ ବସ୍‌ ଆଜି ସକାଳେ ପୁରୀରୁ ଭୁବନେଶ୍ୱର ଆସୁଥିବା ବେଳେ ବୀରଗୋବିନ୍ଦପୁର ଛକ ନିକଟରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ବୀରଗୋବିନ୍ଦପୁର ଛକ ନିକଟରେ ଥିବା ମା’ ଦକ୍ଷିଣ କାଳୀଙ୍କୁ ଦର୍ଶନ କରି ୨ଜଣ ଯୁବକ ରାସ୍ତା ପାର୍‌ ହେଉଥିବାବେଳେ ବସ୍‌ଟି ସେମାନଙ୍କୁ ବଞ୍ଚାଇବାକୁ ଯାଇ ଭାରସାମ୍ୟ ହରାଇ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ବସ୍‌ଟି ରାସ୍ତାର ବାମ ପଟକୁ ଓଲଟି ପଡ଼ିଥିବା ଦେଖିବାକୁ ମିଳିଛି।
ବସ୍‌ରେ ୩୦ ଜଣ ଯାତ୍ରୀ ଥିଲେ ବୋଲି ସୂଚନା ମିଳିଛି। ସେମାନଙ୍କ ମଧ୍ୟରୁ ୭ ଜଣ ଗୁରୁତର ଥିବାବେଳେ ୨ ବାଇକ୍‌ ଆରୋହୀ ମଧ୍ୟ ଗୁରୁତର ଆହତ ହୋଇଛନ୍ତି। ସ୍ଥାନୀୟ ଲୋକେ ଆହତଙ୍କୁ ଉଦ୍ଧାର କରି ସାକ୍ଷୀଗୋପାଳ ସ୍ୱାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି କରିଛନ୍ତି।ଘଟଣାସ୍ଥଳରେ ସତ୍ୟବାଦୀ ପୁଲିସ୍‌ ପହଞ୍ଚି ତଦନ୍ତ କରୁଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons