ବିଜେପୁର ଉପନିର୍ବାଚନ ପାଇଁ ତାରିଖ ଘୋଷଣା

Get real time updates directly on you device, subscribe now.

ନୂଆଦିଲ୍ଲୀ: ବରଗଡ଼ ଲୋକସଭା ଆସନ ଅନ୍ତର୍ଗତ ବିଜେପୁର ବିଧାନସଭା ଆସନରେ ଉପନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରାଯାଇଛି। ଅକ୍ଟୋବର ୨୧ ତାରିଖରେ ବିଜେପୁର ଉପନିର୍ବାଚନ ହେବ ବୋଲି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଅରୋରା ଆଜି ଘୋଷଣା କରିଛନ୍ତି।
ଏହିଦିନ ଅନ୍ୟ ରାଜ୍ୟଗୁଡ଼ିକର ୬୪ଟି ବିଧାନସଭା ଆସନ ପାଇଁ ମଧ୍ୟ ଉପ ନିର୍ବାଚନ କରାଯିବ। ସେପ୍ଟେମ୍ବର ୨୩ ତାରିଖରେ ବିଜେପୁର ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇବ। ସେପ୍ଟେମ୍ବର ୩୦ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ଦିନ, ଅକ୍ଟୋବର ୧ରେ ଯାଞ୍ଚ, ୩ ପର୍ୟ୍ୟନ୍ତ ପ୍ରାର୍ଥିପତ୍ର ପ୍ରତ୍ୟାହାର ବୋଲି ସୂଚନା ଦେଇଛନ୍ତି ମୁଖ୍ୟ ନିର୍ବାଚନ କମିଶନର ସୁନୀଲ ଆରୋରା ।୨୪ତାରିଖରେ ଭୋଟ ଗଣତି କରାଯିବ।
ସୂଚନାଥାଉ କି, ୨୦୧୯ ସାଧାରଣ ନିର୍ବାଚନ ବେଳେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଞ୍ଜାମର ହିଞ୍ଜିଳି ସହିତ ବରଗଡ଼ର ବିଜେପୁର ବିଧାନସଭା ଆସନରୁ ପ୍ରାର୍ଥୀ ହୋଇଥିଲେ। ଉଭୟ ଆସନରୁ ଜିତିବା ପରେ ସେ ବିଜେପୁର ଆସନ ଛାଡ଼ି ଦେଇଥିଲେ। ବିଜେଡି ଏଥିର ପୂର୍ବତନ ବିଧାୟକ ରୀତା ସାହୁଙ୍କୁ ଏଠାରୁ ପ୍ରାର୍ଥୀ କରିବ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons