ବିଦ୍ୟୁତ୍ ସଂସ୍ପର୍ଶରେ ଆସି ଦୁଇ ଶ୍ରମିକ ମୃତ

Get real time updates directly on you device, subscribe now.

ବଲାଙ୍ଗିର : ବିଦ୍ୟୁତ ସଂସ୍ପର୍ଶରେ ଆସି ଦୁଇ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ବଲାଙ୍ଗିର ଜିଲ୍ଲା ଦେଓଗାଁ ଥାନା ବରକାନୀ ଗାଁର ଘଟିଛି ଏଭଳି ଅଭାବନୀୟ ଘଟଣା । ପାଣି ଟାଙ୍କି ମରାମତି କରୁଥିବା ସମୟରେ ଅଘଟଣ ଘଟିଛି ।
ପ୍ରଥମେ ଜଣେ ଶ୍ରମିକ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ । ତାଙ୍କୁ ବଞ୍ଚାଇବାକୁ ଯାଇ ଅନ୍ୟ ଜଣେ ଶ୍ରମିକ ବିଦ୍ୟୁତ୍ ସଂସ୍ପର୍ଶରେ ଆସିଥିଲେ । ଫଳରେ ଉଭୟଙ୍କର ମୃତ୍ୟୁ ହୋଇଛି । ମୃତକ ହେଲେ ପଶ୍ଚିମବଙ୍ଗର ଗଙ୍ଗା ହୁସେନ୍‌ ଏବଂ ଦିଲବର୍ ହୁସେନ୍ । ମୃତଦେହ ଜବତ କରି ପୋଲିସ ବ୍ୟବଚ୍ଛେଦ ପାଇଁ ବଲାଙ୍ଗିର ମେଡିକାଲ ପଠାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons