
ଭୁବନେଶ୍ୱର, (ବି.ବି.ବୁ୍ୟରୋ): କୋଡିଏ ବର୍ଷ ତଳେ ଲାଗିଥିବା ମିଶନ ଶକ୍ତିର ଚାରା ଆଜି ଏକ ବିରାଟ ଗଛରେ ପରିଣତ ହୋଇଛି । ୮୦ ଲକ୍ଷ ମା’ମାନଙ୍କ ପାଇଁ ଏହା ଆଶାର ବୃକ୍ଷ ପାଲଟିଛି । ଏହି ଗଛର ପ୍ରତିଟି ପତ୍ରରେ ରହିଛି ଗୋଟିଏ ଗୋଟିଏ ସଫଳ କାହାଣୀ । ରାଜ୍ୟସ୍ତରୀୟ ବିଶ୍ୱ ମହିଳା ଦିବସ ପାଳନ ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।
ମୁଖ୍ୟମନ୍ତ୍ରୀ ବେଶ ଆତ୍ମବିଶ୍ୱାସର ସହ କହିଛନ୍ତି, ମିଶନ ଶକ୍ତି ଆଜି ଏକ ବଡ଼ ସାମାଜିକ ଓ ଅର୍ଥନୈତିକ ଆନେ୍ଦାଳନରେ ପରିଣତ ହୋଇଛି । ଗାଁ ଗଣ୍ଡାର ଅର୍ଥନୀତିକୁ ଚଳଚଞ୍ଚଳ କରିପାରିଛି । ମିଶନ ଶକ୍ତି କେବଳ ଦେଶରେ ନୁହେଁ, ସାରା ବିଶ୍ୱରେ ବଡ଼ ଆନେ୍ଦାଳନରେ ପରିଣତ ହେବ ।
ଆନ୍ତର୍ଜାତିକ ମହିଳା ଦିବସ ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ମିଶନ ଶକ୍ତିର ଏ ସଫଳତା ଅଧିକରୁ ଅଧିକ ମା ମାନଙ୍କୁ ପ୍ରେରଣା ଦେଉଛି । ମିଶନ ଶକ୍ତି ଖୁବ ଶୀଘ୍ର ଏକ କୋଟି ମହିଳାଙ୍କର ଏକ ବିରାଟ ଆନେ୍ଦାଳନରେ ପରିଣତ ହେବ । ଓଡିଶାର ଘରେ ଘରେ ସଶକ୍ତ ଓଡିଶାର ବାର୍ତ୍ତା ଦେବ । ମିଶନ ଶକ୍ତି ସ୍ୱତନ୍ତ୍ର ବିଭାଗ ନିଷ୍ପତ୍ତିକୁ ମା ମାନେ ସ୍ୱାଗତ କରିଛନ୍ତି ।
କୋଭିଡ୍ ସମୟରେ ମିଶନ ଶକ୍ତିର ଭୂମିକାକୁ ନବୀନ ଭୂୟସୀ ପ୍ରଶଂସା କରି କହିଲେ, କୋଭିଡର ଆହ୍ୱାନମୂଳକ ସମୟରେ ମା ମାନେ ହିଁ ସରକାରଙ୍କ ମୁଖ୍ୟ ସହଯୋଗୀ ହୋଇ କୋଭିଡ ମୁକାବିଲାରେ ଅଗ୍ରଣୀ ଭୂମିକା ଗ୍ରହଣ କରିଥିଲେ । ମିଶନ ଶକ୍ତିର ମା’ମାନଙ୍କ ଠାରୁ ଆରମ୍ଭ କରି ଅଙ୍ଗନବାଡି, ଆଶା କର୍ମୀ, ସ୍ୱାସ୍ଥ୍ୟ କର୍ମୀ ଆଦି ସବୁ ମା ମାନେ ସବୁଠାରୁ ବେଶି ଦାୟିତ୍ୱର ସହ କାମ କରିଛନ୍ତି । ପରିବାରକୁ ସଚେତନ ମଧ୍ୟ କରିଛନ୍ତି । ସେଥିପାଇଁ ମୁଖ୍ୟମନ୍ତ୍ରୀ ରାଜ୍ୟବାସୀଙ୍କ ପକ୍ଷରୁ ସେମାନଙ୍କୁ ଧନ୍ୟବାଦ ଦେଇଥିଲେ । ସେ କହିଲେ, ରାଜ୍ୟ ସରକାର ସବୁବେଳେ ମିଶନ ଶକ୍ତିର ମା’ମାନଙ୍କ ପାଇଁ ନିÂାର ସହ କାମ କରୁଛନ୍ତି । ସେମାନଙ୍କ ପାଇଁ ୫ ହଜାର କୋଟି ଟଙ୍କାର କାମ ଘୋଷଣା କରାଯାଇଛି । ସେମାନେ ଦକ୍ଷତାର ସହ କାମ କରି ସରକାରଙ୍କ ବିଶ୍ୱାସକୁ ବୃଦ୍ଧି କରିପାରିଛନ୍ତି । ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଯେଉଁ ଦେଶରେ ମା ମାନେ ଯେତେ ଆଗୁଆ ସେ ଦେଶ ସେତେ ଉନ୍ନତ । ମା ମାନଙ୍କ ସମୃଦ୍ଧି ଓ ଅଧିକାର ପାଇଁ ତାଙ୍କର ଉଦ୍ୟମ ଜାରି ରହିବ ।
ଏହି କାର୍ଯ୍ୟକ୍ରମରେ ସାମିଲ ହୋଇ ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ଟୁକୁନି ସାହୁ କହିଲେ ଯେ ମହିଳାମାନଙ୍କ ଅନ୍ତର୍ନିହିତ ଶକ୍ତି ଓ ଦକ୍ଷତାକୁ ଉପଯୋଗ କରି ବିକାଶକୁ ଆଗେଇ ନେବା ପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୂରଦୃଷ୍ଟି ଯାଗୁଁ ଆଜି ଓଡିଶା ମହିଳା ବିକାଶ କ୍ଷେତ୍ରରେ ନୂଆ ଇତିହାସ ସୃଷ୍ଟି କରିପାରିଛି । ମିଶନ ଶକ୍ତି ମା ମାନଙ୍କୁ ନୂଆ ପରିଚୟ ଦେଇଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଦେଇଥିଲେ ।
କାର୍ଯ୍ୟକ୍ରମ ପ୍ରାରମ୍ଭରେ ମହିଳା ଓ ଶିଶୁ ବିକାଶ ବିଭାଗ ପ୍ରମୁଖ ସଚିବ ଅନୁ ଗର୍ଗ ସ୍ୱାଗତ ଭାଷଣ ଦେଇ କହିଥିଲେ ରାଜ୍ୟ ସରକାର ମହିଳାମାନଙ୍କୁ ହିତାଧିକାରୀ ନୁହେଁ ବରଂ ବିକାଶର ସହ ଭାଗୀଦାର ବୋଲି ମନେ କରନ୍ତି । ମହିଳାମାନଙ୍କ ବିକାଶ ପାଇଁ ରାଜ୍ୟ ସରକାର କେବଳ ଗୋଟିଏ ଦିନ ନୁହେଁ ବରଂ ୩୬୫ ଦିନ ସମର୍ପିତ ହୋଇ କାମ କରୁଛନ୍ତି ବୋଲି ସେ କହିଥିଲେ ।
ମିଶନ ଶକ୍ତି କମିଶନର ତଥା ନିଦେ୍ର୍ଧଶିକା ସୁଜାତା କାର୍ତ୍ତିକେୟନ୍ ଧନ୍ୟବାଦ ଅର୍ପଣ କରି କହିଥିଲେ ଯେ ୨୦୦୧ ରେ ମିଶନ ଶକ୍ତି ଏକ ଯୋଜନା ଭାବେ ଆରମ୍ଭ ହୋଇଥିଲା । ତାହା ଆଜି ଏହା ଏକ ସ୍ୱତନ୍ତ୍ର ବିଭାଗ ହୋଇଛି । ମୁଖ୍ୟମନ୍ତ୍ରୀ ମିଶନ ଶକ୍ତିର ମା ମାନଙ୍କ ପାଇଁ ଯେଉଁ ୫ ହଜାର କୋଟି ଟଙ୍କା ଘୋଷଣା କରିଥିଲେ ଆଜି ମା ମାନେ ୨୫୦୦ କୋଟି ଟଙ୍କାରୁ ଅଧିକ ଟଙ୍କାର ବ୍ୟବସାୟ ଆରମ୍ଭ କରି ସାରିଛନ୍ତି । ମା ମାନଙ୍କ ପାଇଁ ୩୨୦୦ କୋଟି ଟଙ୍କାର ଋଣ ଲକ୍ଷ୍ୟ ଥିଲାବେଳେ ବର୍ତ୍ତମାନ ସୁଧା ୪୦୦୦ କୋଟି ଟଙ୍କାରୁ ଅଧିକ ଋଣ ମିଳିସାରିଛି ।
ଆଜିର କାର୍ଯ୍ୟକ୍ରମରେ ମହିଳା ଓ ଶିଶୁ ବିକାଶ ବିଭାଗ ଓ ମିଶନ ଶକ୍ତି କାର୍ଯ୍ୟକ୍ରମ ସମ୍ପର୍କରେ ଦୁଇଟି ଭିଡିଓ ଚିତ୍ର ପ୍ରଦର୍ଶିତ ହାଇଥିଲା । ଝାରସୁଗୁଡା, ଯାଜପୁର ଓ ଭୁବନେଶ୍ୱରେ ତିନୋଟି କର୍ମଜୀବୀ ମହିଳା ହଷ୍ଟେଲ ଉଦ୍ଘାଟିତ ହୋଇଥିଲା । ହଷ୍ଟେଲ ପରିଚାଳନା, ସ୍ୱଧାର ଓ ଉଜ୍ଜ୍ୱଳ ଆଦି ଯୋଜନା ପାଇଁ ନୂଆ ପୋର୍ଟାଲ, ମିଶନ ଶକ୍ତି ୱେବ୍ସାଇଟ, ମୋବାଇଲ ଆପ୍ ଓ ବ୍ୟାଙ୍କ ଋଣ ପ୍ରଦାନ ସମ୍ପର୍କରେ ଏକ ସ୍ୱତନ୍ତ୍ର ପୋର୍ଟାଲ ଉନ୍ମୋଚିତ ହୋଇଥିଲା । ଡାଆଣି କୁପ୍ରଥାର ବିଲୋପ ପାଇଁ ଆଇଇସି ପ୍ୟାକେଜ୍ ମଧ୍ୟ ଉନ୍ମୋଚିତ ହୋଇଥିଲା । ଏହି ଅବସରରେ ଶ୍ରେÂ ପ୍ରଦର୍ଶନକାରୀ ଜିଲ୍ଲା, ସ୍ୱୟଂ ସହାୟକ ଗୋÂୀ, ଅଧିକାରୀ ଓ ବ୍ୟାଙ୍କମାନଙ୍କୁ ପୁରସ୍କାର ପ୍ରଦାନ କରଯାଇଥିଲା ।
ଅନ୍ୟମାନଙ୍କ ମଧ୍ୟରେ ମିଶନ ଶକ୍ତିର ଉପଦେଷ୍ଟା, ରାଜ୍ୟ ମହିଳା କମିଶନର ଅଧ୍ୟକ୍ଷା, ରାଜ୍ୟ ଶିଶୁ ସୁରକ୍ଷା କମିଶନର ଅଧ୍ୟକ୍ଷା, ଓଡିଶା ଶିଶୁ କଲ୍ୟାଣ ପରିଷଦ ସଦସ୍ୟା ସଚିବ, ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର, ଉନ୍ନୟନ କମିଶନର ପ୍ରଦୀପ କୁମାର ଜେନା, ମୁଖ୍ୟମନ୍ତ୍ରୀଙ୍କ ସଚିବ ୫ଟି ଭି କେ ପାଣ୍ଡିଆନ ଓ ବରିÂ ଅଧିକାରୀମାନେ ଉପସ୍ଥିତ ଥିଲେ ।
Comments are closed, but trackbacks and pingbacks are open.