ବିଶ୍ୱ ପରିବେଶ ଦିବସରେ ବୃକ୍ଷରୋପଣ କଲେ ଧର୍ମେନ୍ଦ୍ର

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ବିଶ୍ୱ ପରିବେଶ ଦିବସ ଅବସରରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ନୂଆଦିଲ୍ଲୀସ୍ଥିତ ବାସଭବନ ପରିସରରେ ପରିବାର ସଦସ୍ୟଙ୍କ ସହ ବୃକ୍ଷରୋପଣ କରିଛନ୍ତି ।
ଏହି ଅବସରରେ ଶ୍ରୀ ପ୍ରଧାନ ସମସ୍ତଙ୍କୁ ଅଧିକରୁ ଅଧିକ ଗଛ ଲଗାଇବା ପାଇଁ ପରାମର୍ଶ ଦେଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି, ଗଛଗୁଡ଼ିକ ସୁନ୍ଦର ଏବଂ ଜୀବନ ମଧ୍ୟ ଦେଇଥାଏ । ବିଶ୍ୱକୁ ଅଧିକ ସୁନ୍ଦର କରିବା ପାଇଁ ବୃକ୍ଷରୋପଣ କରିବାର ଆବଶ୍ୟକତା ରହିଛି । ତେଣୁ ଗୋଟିଏ ଗଛ ଲଗାଇ ଗୋଟିଏ ଜୀବନ ଦେବାକୁ ସେ ଜନସାଧାରଣଙ୍କୁ ପରାମର୍ଶ ଦେଇଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons