ଭୁବନେଶ୍ୱର: ଭୁବନେଶ୍ୱର ବମିଖାଲ ଅଞ୍ଚଳରୁ ଆହୁରି ୩ଜଣ କରୋନା ପଜିଟିଭ ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଁଚିଛି । ଆଜି ସକାଳେ କଟକରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିଲେ ।ସାରା ଦେଶରେ କରୋନା ଆତଙ୍କ ସୃଷ୍ଟି କରିଛି । ଓଡିଶାରେ ମଧ୍ୟ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି । ଆଜି ଗୋଟିଏ ଦିନରେ ରଜ୍ୟରୁ ୪ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ସକାଳେ କଟକ ବକ୍ସିବଜାରରୁ ଜଣେ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ସଂଧ୍ୟାରେ ଭୁବନେଶ୍ୱରରୁ ୩ଜଣ କୋଭିଡ-୧୯ ପଜିଟିଭ ଚିହ୍ନଟ ହୋଇଛନ୍ତି । ଏହି ୩ଜଣ ବମିଖାଲ ଅଞ୍ଚଳର ହୋଇଥିବା ଜଣାପଡିଛି । ଫଳରେ ରାଜ୍ୟରେ ମୋଟ କରୋନା ସଂକ୍ରମିତଙ୍କ ସଂଖ୍ୟା ୯ରେ ପହଁଚିଛି ।
ତେବେ ଭୁବନେଶ୍ୱରକୁ ଆସନ୍ତା ୪୮ ଘଣ୍ଟା ପାଇଁ ସମ୍ପୂର୍ଣ୍ଣ ସଟଡାଉନ କରାଯାଇଛି । କାରଣ ସୂର୍ୟନଗରରୁ ଚିହ୍ନଟ ହୋଇଥିବା କରୋନା ସଂକ୍ରମିତଙ୍କ କୌଣସି ଟ୍ରାଭେଲ ହିଷ୍ଟ୍ରୀ ନଥିଲେ ମଧ୍ୟ ସେ ସଂକ୍ରମିତ ହୋଇଥିଲେ । ଫଳରେ ସୂର୍ୟ୍ୟନଗଗର ଅଞ୍ଚଳକୁ ସମ୍ପୂର୍ଣ୍ଣ ସିଲ୍ କରାଯାଇଛି । ଏହାସହ ଭୁବନେଶ୍ୱର, କଟକ ଓ ଭଦ୍ରକ ସହରକୁ ଆଜି ରାତି ୮ଟାରୁ ରବିବାର ରାତି ୮ଟା ଯାଏଁ ସଟଡାଉନ କରାଯାଇଛି । ଏହି ସମୟରେ ପ୍ରାୟ ସମସ୍ତ ଗାଡି ଚଳାଚଳ ବନ୍ଦ ରଖାଯିବା ସହ ଦୋକାନ ବଜାର ମଧ୍ୟ ବନ୍ଦ ରହିବ ବୋଲି ଆଜି ସରକାର କହିଛନ୍ତି ।
Comments are closed, but trackbacks and pingbacks are open.