ଭଦ୍ରକ: ଫେସବୁକରେ ବାରମ୍ବାର ବିବାହିତ ମହିଳାଙ୍କୁ ପ୍ରେମ ନିବେଦନ କରିବା ଯୁବକଙ୍କୁ ପଡିଲା ମହଙ୍ଗା । ମହିଳା ଜଣଙ୍କ ବିଚ୍ ରାସ୍ତାରେ ଯୁବକଙ୍କୁ ଘୋଷାରି ଘୋଷାରି ବାଡେଇଲେ। ଏଭଳି କିଛି ଘଟଣା ଭଦ୍ରକର ଜନଗହଳିପୂର୍ଣ୍ଣ ବନ୍ତ ଛକ ଠାରେ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ, ବାଲେଶ୍ୱର ଜ଼ିଲ୍ଲା ଖଇରା ବ୍ଲକର ଜଣେ ଯୁବକ, ସମ୍ବଲପୁରରେ ରହୁଥିବା ଜଣେ ବିବାହିତା ମହିଳାଙ୍କୁ ଫେସବୁକ ଜରିଆରେ ବାରମ୍ବାର ପ୍ରେମ ନିବେଦନ କରି ଆସୁଥିଲେ।
ଏପରିକି ତାଙ୍କୁ ମୋବାଇଲରେ ବିଭିନ୍ନ ପ୍ରକାରର ମେସେଜ ଦେଇ ଶାରୀରିକ ଓ ମାନସିକ ନିର୍ୟ୍ୟାତନା ଦେଇ ଆସୁଥିଲେ ଯୁବକ। ମହିଳା ଜଣକ ଏଥିରେ ଅତିଷ୍ଠ ହୋଇ ତାଙ୍କ ପରିବାର ଲୋକଙ୍କୁ ଜଣାଇଥିଲେ। ଗତକାଲି ପୂର୍ବ ଯୋଜନାବଦ୍ଧ ଅନୁଯାୟୀ ଯୁବକ ଜଣଙ୍କୁ ଭଦ୍ରକ ବନ୍ତ ଛକ କୁ ଡକାଇ ଥିଲେ ମହିଳା। ଯୁବକ ଜଣକ ବନ୍ତ ଛକ ନିକଟରେ ପହଞ୍ଚିବା ପରେ ମହିଳା ଓ ପରିବାର ସମ୍ପର୍କୀୟ ଯୁବକ ଜଣଙ୍କୁ ଘୋଷାରି ଘୋଷାରି ମନ ଇଚ୍ଛା ବିଧା ଗୋଇଠା ମାରିଥିଲେ।
ଏଭଳି ମାଡ଼ ଦେଖି ଲୋକମାନେ ନିରବ ହୋଇଯାଇଥିଲେ. ଏହି ଘଟଣା ଏବେ ସୋସିଆଲ ମିଡ଼ିଆ ରେ ଭାଇରଲ ହେବା ରେ ଲାଗିଛି, ଟାଉନ ପୋଲିସ ଯୁବକ ଙ୍କୁ ବାଡ଼ଉଥିବା ଦୁଇ ମହିଳା ଙ୍କ ସମ୍ପର୍କୀୟ ଙ୍କୁ ଗିରଫ କରି କୋର୍ଟ ଚାଲାଣ କରିବା ସହ ଅଧିକ ତଦନ୍ତ ଚଳାଇଥିବା ସୂଚନା ମିଳିଛି


Comments are closed, but trackbacks and pingbacks are open.