ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Get real time updates directly on you device, subscribe now.

ସାଲେପୁର : ଘର ଭିତରୁ ମହିଳାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଫ୍ୟାନ୍ ରେ ଲୁଗା ଲଗାଇ ମହିଳା ଜଣଙ୍କ ଝୁଲିଥିବା ଦେଖିବାକୁ ମିଳିଛି । ଏଭଳି ଏକ ଅଭାବନୀୟ ଘଟଣା ଘଟିଛି କଟକ ଜିଲ୍ଲା ସାଲେପୁର ଥାନା ଲୁଣାହାର ଗ୍ରାମରେ । ମୃତ ମହିଳା ଜଣଙ୍କ ହେଉଛନ୍ତି ଲୁଣାହାର ଗ୍ରାମର ପ୍ରେମାନନ୍ଦ ମଲ୍ଲିକଙ୍କ ପତ୍ନୀ ଅଞ୍ଜଳି ସାହୁ । ପାରିବାରିକ କଳହକୁ ନେଇ ଏଭଳି ଘଟଣା ଘଟିଥିବା ଜଣାପଡିଛି ।
ମହିଳାଙ୍କ ଭାଇ ସାଲେପୁର ଥାନାରେ ଏକ ଲିଖିତ ଅଭିଯୋଗ କରିଛନ୍ତି । ଘଟଣାସ୍ଥଳରେ ସାଲେପୁର ପୋଲିସ ପହଞ୍ଚି ଶବକୁ ଜବତ କରିବା ସହ ତଦନ୍ତ ଚଳାଇଛି । ଏ ନେଇ ମୃତ ମହିଳାଙ୍କ ସ୍ଵାମୀକୁ ପୋଲିସ ପଚରାଉଚରା କରୁଛି । ଶବ ବ୍ୟବଚ୍ଛେଦ ପରେ ମୃତ୍ୟୁର ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ସୂଚନା ଦେଇଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons