ମାଲକାନଗିରି,(ବି.ବି.ନୁ୍ୟଜ୍): ମାଲକାନଗିରି ବିଧାୟକ ଆଦିତ୍ୟ ମାଢ଼ି କରୋନାରେ ଆକ୍ରାନ୍ତ ହୋଇଛନ୍ତି । ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କୁ ଭୁବନେଶ୍ୱରର ଏମ୍ସ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଛି । କିଛିଦିନ ହେଲା ଶ୍ରୀ ମାଢିଙ୍କ ସ୍ୱାସ୍ଥ୍ୟ ଖରାପ ହୋଇଥିଲା । କରୋନା ଲକ୍ଷଣ ଦେଖାଦେବାରୁ ବିଧାୟକ ଶ୍ରୀ ମାଢି ଆଣ୍ଟିଜେନ୍ ଟେଷ୍ଟ କରାଇଥିଲେ । ପରୀକ୍ଷା ପରେ ତାଙ୍କ ରିପୋର୍ଟ ନେଗେଟିଭ୍ ଆସିଥିଲା । କିନ୍ତୁ ଆର୍ଟିପିସିଆର୍ ଟେଷ୍ଟ କରିବା ଲାଗି ତାଙ୍କ ନମୁନା ଭୁବନେଶ୍ୱରର ପଠାଯାଇଥିଲା । ଯାହାର ରିପୋର୍ଟ ପଜିଟିଭ୍ ଆସିଛି । ଏହାପରେ ବିଧାୟକ ଶ୍ରୀ ମାଢ଼ିଙ୍କୁ ଜିଲ୍ଲା କୋଭିଡ୍ ହସ୍ପିଟାଲ୍ରେ ଭର୍ତ୍ତି କରାଯାଇଥିଲା । ପରେ ଭୁବନେଶ୍ୱରର କିମ୍ସକୁ ସ୍ଥାନାନ୍ତର କରାଯାଇଥିଲା । ସେଠାରେ ଶଯ୍ୟା ଅଭାବରୁ ତାଙ୍କୁ ଏମ୍ସକୁ ସ୍ଥାନାନ୍ତର କରାଯାଇ ଭର୍ତ୍ତି କରାଯାଇଛି । ତାଙ୍କ ରିପୋର୍ଟ ପଜିଟିଭ୍ ଆସିବା ପରେ ତାଙ୍କ ସଂସ୍ପର୍ଶରେ ଆସିଥିବା କର୍ମୀମାନଙ୍କ କୋଭିଡ୍ ଟେଷ୍ଟ କରିବା ପାଇଁ ବିଧାୟକ ନିବେଦନ କରିଛନ୍ତି ।
Comments are closed, but trackbacks and pingbacks are open.