ମିଳିମିଶି ତୃତୀୟ ଲହର ମୁକାବିଲା କରିବା:ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର: ରାଜ୍ୟବାସୀ ଡବଲ ମାସ୍କ ପିନ୍ଧନ୍ତୁ । ନିଶ୍ଚୟ ଟିକା ନିଅନ୍ତୁ । ବିଶେଷଜ୍ଞମାନେ କରୋନାର ତୃତୀୟ ଲହର ଆଶଙ୍କା କରୁଛନ୍ତି । ସଜାଗ ହେବା । ସମସ୍ତଙ୍କ ସହଯୋଗରେ ଆମେ ଏହାର ମୁକାବିଲା କରିବା । ପ୍ରଶାସନିକ ଅଧିକାରୀମାନେ ଏଥିପାଇଁ ସମ୍ପୂର୍ଣ୍ଣ ପ୍ରସ୍ତୁତ ରହନ୍ତୁ । ଆଜି ରାଜ୍ୟରେ କରୋନା ସ୍ୱାସ୍ଥ୍ୟ ଭିତ୍ତିଭୂମିର ଶିଳାନ୍ୟାସ ଓ ଉଦ୍ଘାଟନ କରିବା ଅବସରରେ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । କରୋନା ମୁକାବିଲାରେ ସମସ୍ତଙ୍କ ସହଯୋଗ ଲୋଡ଼ିଛନ୍ତି । ଅକ୍ସିଜେନ୍ ପ୍ଲାଣ୍ଟ ଆଗାମୀ ଦିନରେ ରୋଗୀମାନଙ୍କୁ ଚିକିତ୍ସା ସେବାରେ ବେଶ ସହାୟକ ହେବ ବୋଲି ମୁଖ୍ୟମନ୍ତ୍ରୀ ଆଶା ପ୍ରକାଶ କରିଛନ୍ତି ।
ଭିଡିଓ କନ୍ଫରେନ୍ସିଂ ଜରିଆରେ ମୁଖ୍ୟମନ୍ତ୍ରୀ ରାଜ୍ୟର ୮ ଜିଲ୍ଲାରେ ବିଭିନ୍ନ ସ୍ୱାସ୍ଥ୍ୟ ଭିତ୍ତିଭୂମି, ତରଳ ଅrିଜେନ (ଏଲ୍ଏମଓ) ପ୍ଲାଣ୍ଟ ଓ ଚାପ ଅବଶୋଷଣ ପ୍ରଣାଳୀରେ ଅrିଜେନ ଉତ୍ପାଦନ ବ୍ୟବସ୍ଥାର (ପିଏସ୍ଏ ପ୍ଲାଣ୍ଟ) ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି । ଏହା ସହ ଅନ୍ୟ ସ୍ୱାସ୍ଥ୍ୟ ଭିତ୍ତିଭୂମିର ଉଦ୍ଘାଟନ କରିଛନ୍ତି । ଝାରସୁଗୁଡା, ଭଦ୍ରକ, ଜଗତ୍ସିଂହପୁର, ପୁରୀ, ସୋନପୁର, ନୟାଗଡ, ସୁନ୍ଦରଗଡ ଏବଂ ମୟୁରଭଞ୍ଜ ଜିଲ୍ଲାରେ ଏହି ସ୍ୱାସ୍ଥୃ୍ୟ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ।
ରାଜ୍ୟରେ ୨୦ଟି ଚାପ ଅବଶୋଷଣ ପ୍ରଣାଳୀରେ ଅrିଜେନ ଉତ୍ପାଦନ ବ୍ୟବସ୍ଥା କରିବା ପାଇଁ ଲକ୍ଷ୍ୟ ରଖାଯାଇଛି । ଗତ ଜୁନ୍ ୯ ରେ ୭ଟି, ଆଜି ୮ଟି ପିଏସ୍ଏ ପ୍ଲାଣ୍ଟର ଭିତ୍ତିପ୍ରସ୍ତର ଦିଆଯାଇଛି । ଏହି ୨୦ଟି ପିଏସ୍ଏ ପ୍ଲାଣ୍ଟ ଦ୍ୱାରା ମିନିଟ୍ ପ୍ରତି ୨୪ ହଜାର ଲିଟର ମେଡିକାଲ ଅrିଜେନ ଉତ୍ପାଦିତ ହାଇପାରିବ ।
ଶିଳାନ୍ୟାସ ଓ ଉଦଘାଟନ କରିବା ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ବର୍ତ୍ତମାନ ରାଜ୍ୟରେ କୋଭିଡ୍ ପରିସ୍ଥିତିରେ ଯଥେଷ୍ଟ ଉନ୍ନତି ଆସିଛି । ତଥାପି ଆମକୁ ଆହୁରି ସାବଧାନ ହେବାକୁ ପଡିବ । ତୃତୀୟ ଲହର ପାଇଁ କେତେକ ରାଜ୍ୟରେ ବିଶେଷଜ୍ଞମାନେ ସତର୍କ ସୂଚନା ଦେଇଛନ୍ତି । ଆମ ରାଜ୍ୟରେ ଏଥିପାଇଁ ସଂପୂର୍ଣ୍ଣ ଭାବରେ ପ୍ରସ୍ତୁତ ରହିବାକୁ ସେ ପରାମର୍ଶ ଦେଇଛନ୍ତି ।
ମୁଖ୍ୟମନ୍ତ୍ରୀ କହିଲେ, ଗତ ଏକ ବର୍ଷରୁ ଅଧିକ ସମୟ ଧରି କରୋନା ବିରୋଧରେ ଲଢେଇ ଜାରି ରହିଛି । ଏପ୍ରିଲରୁ ଆରମ୍ଭ ହୋଇଥିବା ଦ୍ୱିତୀୟ ଲହରରେ ରୋଗୀଙ୍କ ଅrିଜେନ ସ୍ତର କମିବା ଏକ ବଡ ସମସ୍ୟା ହୋଇ ଦେଖାଦେଇଛି । ତେଣୁ ଆମର ସବୁ ହସ୍ପିଟାଲରେ ଅrିଜେନ ଯୋଗାଣ ବ୍ୟବସ୍ଥାକୁ ସୁଦୃଢ କରିବା ପାଇଁ ପଦକ୍ଷେପ ନିଆଯାଉଛି ।
ପ୍ରତ୍ୟେକ ଜୀବନ ମୂଲ୍ୟବାନ । ଏହା ହେଉଛି ଆମର ସବୁ ବିପର୍ଯ୍ୟୟ ପରିଚାଳନାର ଆଧାର । କୋଭିଡ କ୍ଷେତ୍ରରେ ମଧ୍ୟ ଏହି ଆଧାରରେ ସବୁ କୋଭିଡ୍ ରୋଗୀଙ୍କୁ ମାଗଣାରେ ଚିକିତ୍ସା ସେବା ଓ ଔଷଧ ଯୋଗାଇ ଦିଆଯାଉଛି । ମୁଖ୍ୟମନ୍ତ୍ରୀ ଆଗଧାଡିରେ ରହି କାମ କରୁଥିବା ସମସ୍ତ ଡାକ୍ତର, ସ୍ୱାସ୍ଥ୍ୟକର୍ମୀ, ଆଶା ଓ ଅଙ୍ଗନବାଡି କର୍ମୀଙ୍କୁ ସେମାନଙ୍କର ସେବା ଓ ତ୍ୟାଗ ପାଇଁ ଧନ୍ୟବାଦ ଜଣାଇଛନ୍ତି । ସମସ୍ତଙ୍କ ସହଯୋଗରେ ଓଡିଶା ସହିତ ସାରା ମାନବ ଜାତି କୋଭିଡ ଲଢେଇରେ ବିଜୟ ଲାଭ କରିବ ବୋଲି ମୁଖ୍ୟମନ୍ତ୍ରୀ ଦୃଢ ବିଶ୍ୱାସ ପ୍ରକଟ କରିଥିଲେ ।
ଏହି ଅବସରରେ ବିଭିନ୍ନ ଜିଲ୍ଲାରେ ମନ୍ତ୍ରୀ ନବ ଦାସ, ନିରଞ୍ଜନ ପୂଜାରୀ, ପ୍ରତାପ ଜେନା, ସମୀର ଦାଶ, ରଘୁନନ୍ଦନ ଦାସ, ରାଜ୍ୟସଭା ସାଂସଦ ଏବଂ ବିଧାୟକମାନେ କାର୍ଯ୍ୟକ୍ରମରେ ଉପସ୍ଥିତ ରହି କୋଭିଡ ଲଢେଇରେ ମୁଖ୍ୟମନ୍ତ୍ରୀଙ୍କ ଦୂରଦର୍ଶୀ ନେତୃତ୍ୱର ଉଚ୍ଚପ୍ରଶଂସା କରିଥିଲେ ।
ଉନ୍ନୟନ କମିଶନର ପ୍ରଦୀପ୍ତ କୁମାର ଜେନା, ଶିଳ୍ପ ବିଭାଗ ପ୍ରମୁଖ ସଚିବ ହେମନ୍ତ ଶର୍ମା, ସ୍ୱାସ୍ଥ୍ୟ ମିଶନର ନିଦେ୍ର୍ଧଶକ ଶାଳିନୀ ପଣ୍ଡିତ ଏବଂ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେ. ପାଣ୍ଡିଆନ କାର୍ଯ୍ୟକ୍ରମ ସଂଚାଳନ କରିଥିଲେ । ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ର କାର୍ଯ୍ୟକ୍ରମରେ ଉପସ୍ଥିତ ଥିଲେ । ସ୍ୱାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ସ୍ୱାଗତ ଭାଷଣ ଦେଇଥିଲେ । ରାଜ୍ୟ ଔଷଧ ନିଗମର ପରିଚାଳନା ନିଦେ୍ର୍ଧଶକ ଯାମିନୀ ଷଡଙ୍ଗୀ ଧନ୍ୟବାଦ ଅର୍ପଣ କରିଥିଲେ ।

ରିପୋର୍ଟ ବିଶ୍ୱବିଜୟୀ

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons