ଭୁବନେଶ୍ୱର,(ବି.ବି.ବୁ୍ୟରୋ): ମେ’ ୨୬ ତାରିଖରୁ ମ୍ୟାଟ୍ରିକ ଖାତା ଦେଖା ଆରମ୍ଭ ହେବ । ଏନେଇ ସରକାରଙ୍କ ପକ୍ଷରୁ ସ୍ପଷ୍ଟ କରାଯାଇଛି । ପୂର୍ବ ନିର୍ଦ୍ଧାରିତ ମୂଲ୍ୟାୟନ କେନ୍ଦ୍ରରେ ହିଁ ଖାତା ଦେଖା ହେବ ବୋଲି ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି । ହାଇକୋର୍ଟଙ୍କ ନିଦେ୍ର୍ଧଶ ଆଧାରରେ ଖାତା ଦେଖା ଲାଗି ମୂଲ୍ୟାୟନ କେନ୍ଦ୍ରର ବ୍ୟବସ୍ଥା କରିବାକୁ ସରକାରଙ୍କ ପକ୍ଷରୁ ଜାରି ହୋଇଥିବା ବିଜ୍ଞପ୍ତିରେ କୁହାଯାଇଛି । କରୋନା ପାଇଁ ସ୍ଥଗିତ ରହିଥିବା ମ୍ୟାଟି୍ରକ ଖାତା ଦେଖା ଶୁକ୍ରବାରଠାରୁ ଆରମ୍ଭ ହେବ ବୋଲି ପୂର୍ବରୁ ଘୋଷଣା ହୋଇଥିଲା । ହେଲେ ବାତ୍ୟା ଅମ୍ଫାନକୁ ଦୃଷ୍ଟିରେ ରଖି ପୁଣି ଖାତା ଦେଖାକୁ ସ୍ଥଗିତ ରଖାଯାଇଥିଲା । ତେବେ ମେ ମାସ ସୁଦ୍ଧା ଖାତା ଦେଖା ଆରମ୍ଭ ହେବ ବେଲି ଆଜି (ଗୁରୁବାର) ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ଜୁଲାଇ ଶେଷ ସୁଦ୍ଧା ବାହାରିବ ମ୍ୟାଟ୍ରିକ ପରୀକ୍ଷା ଫଳ । ବୋର୍ଡ କର୍ମକର୍ତ୍ତାଙ୍କ ସହ ଆଲୋଚନା ପରେ ଆଜି (ଗୁରୁବାର) ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି ।
Comments are closed, but trackbacks and pingbacks are open.