ଯୁବକଙ୍କ କ୍ଷତବିକ୍ଷତ ମୃତଦେହ ଉଦ୍ଧାର: ହତ୍ୟା ଅଭିଯୋଗ ଆଣିଲେ ପରିବାର ଲୋକେ

Get real time updates directly on you device, subscribe now.

କଳାହାଣ୍ଡି : ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଖଳିଆକାନି ଗାଁରେ ଘଟିଛି ଏଭଳି ଅଭାବନୀୟ ଘଟଣା । ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।
ସୂଚନାଯୋଗ୍ୟ ଯେ, କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ଥାନା ଖଳିଆକାନି ଗାଁରେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକ ହେଲେ ଦିଲ୍ଲୀପ ମେହେର । ଯୁବକଙ୍କ ଶରୀରରେ ଅନେକ କ୍ଷତ ଚିହ୍ନ ରହିଛି । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି ।
ଅନ୍ୟପଟେ ପରିବାର ପକ୍ଷରୁ ହତ୍ୟା ଅଭିଯୋଗ ହୋଇଛି । ତେବେ ଯୁବକଙ୍କୁ ହତ୍ୟା କରାଯାଇଛି ବୋଲି କିଛି ସ୍ପଷ୍ଟ ସୂଚନା ମିଳିନାହିଁ । ପୋଲିସ ତଦନ୍ତ ପରେ ଘଟଣା ସଂପର୍କରେ ସ୍ପଷ୍ଟ ସୂଚନା ମିଳିବ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons