ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

Get real time updates directly on you device, subscribe now.

ଯାଜପୁର : ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର । ପାରିବାରିକ କଳହରୁ ଆତ୍ମହତ୍ୟା କରିଥିବା ସନ୍ଦେହ । ଯାଜପୁର ଜିଲ୍ଲା ସୁକିନ୍ଦା କାଳିଆପାଣି ପଞ୍ଚାୟତର ପୁଡାହଟିଙ୍ଗ ସାହିରେ ଘଟିଛି ଏଭଳି ଅଭାବନୀୟ ଘଟଣା ।
ସୂଚନାଯୋଗ୍ୟ ଯେ, ଯାଜପୁର ଜିଲ୍ଲା ସୁକିନ୍ଦା କାଳିଆପାଣି ପଞ୍ଚାୟତର ପୁଡାହଟିଙ୍ଗ ସାହିର ମୋତିହସ କେର୍କେଟାଙ୍କ ପୁଅ ରଞ୍ଜିତ କେର୍କେଟା । ମଙ୍ଗଳବାର ସକାଳ ପ୍ରାୟ ୮ଟା ବେଳେ ପୁଡା ହଟିଙ୍ଗ ପାଖରେ ଥିବା ଆମ୍ବ ତୋଟାର ଏକ ଗଛରେ ଯୁବକଙ୍କ ଝୁଲନ୍ତା ମୃତଦେହ ଦେଖି ସ୍ଥାନୀୟ ଲୋକ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ମେଡିକାଲକୁ ପଠାଇଛି । ପାରିବାରିକ କଳହ ଯୋଗୁଁ ଯୁବକ ଜଣଙ୍କ ଆତ୍ମହତ୍ୟା କରିଥାଇପାରନ୍ତି ବୋଲି ସନ୍ଦେହ କରାଯାଉଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons