ରଥଯାତ୍ରା ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ବୁ୍ୟରୋ): ପବିତ୍ର ରଥଯାତ୍ରା ଅବସରରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ । ଓଡ଼ିଶାବାସୀଙ୍କୁ ମଧ୍ୟ ଅଭିନନ୍ଦନ ଜଣାଇ ରାଷ୍ଟ୍ରପତି କହିଛନ୍ତି, ମହାପ୍ରଭୁ ଜଗନ୍ନାଥଙ୍କ ଅପାର କରୁଣା ଆମ ସମସ୍ତଙ୍କୁ କୋଭିଡ-୧୯ ମହାମାରୀର ସାମ୍ନା କରିବାକୁ ସାହସ ଓ ଦୃଢ଼ ସଂକଳ୍ପ ପ୍ରଦାନ କରୁ । ପ୍ରଭୁଙ୍କ କରୁଣା ଆମ ଜୀବନକୁ ଉତ୍ତମ ସ୍ୱାସ୍ଥ୍ୟ ଓ ଆନନ୍ଦରେ ଭରିଦେଉ ।
ସେହିଭଳି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ରଥଯାତ୍ରାର ଶୁଭେଚ୍ଛା ଜଣାଇଛନ୍ତି । ଦେଶବାସୀଙ୍କୁ ଶୁଭକାମନା ଜଣାଇ ପ୍ରଧାନମନ୍ତ୍ରୀ କହିଛନ୍ତି, ଶ୍ରଦ୍ଧା ଓ ଭକ୍ତିର ଏ ରଥଯାତ୍ରା ଦେଶବାସୀଙ୍କ ଜୀବନରେ ସୁଖ, ସମୃଦ୍ଧି, ସୌଭାଗ୍ୟ ଓ ଆରୋଗ୍ୟ ଆଣୁ । କେନ୍ଦ୍ର ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହ ରଥଯାତ୍ରା ଶୁଭେଚ୍ଛା ଜଣାଇ କହିଛନ୍ତି, ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଶୀର୍ବାଦ ସଭିଙ୍କ ପାଇଁ ଉତ୍ତମ ସ୍ୱାସ୍ଥ୍ୟ, ଆନନ୍ଦ ଓ ସମୃଦ୍ଧି ଆଣିଦେଉ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons