ରବିବାର ଘରୁ ବାହାରନ୍ତୁ ନାହିଁ

Get real time updates directly on you device, subscribe now.

ଭୁବନେଶ୍ୱର, (ବି.ବି.ବୁ୍ୟରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନତା କର୍ଫୁ୍ୟକୁ ସମର୍ଥନ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆସନ୍ତା ୨୨ ତାରିଖ (ରବିବାର) ରାଜ୍ୟବାସୀ ଘରୁ ନ ବାହାରିବାକୁ ମୁଖ୍ୟମନ୍ତ୍ରୀ ଅନୁରୋଧ କରିଛନ୍ତି । ସମଗ୍ର ବିଶ୍ୱରେ ମହାମାରୀ କରୋନା ଆତଙ୍କ ସୃଷ୍ଟି କରିଥିଲା ବେଳେ ଦେଶବାସୀ ରବିବାର ସକାଳ ୭ରୁ ରାତି ୯ ଟା ଯାଏ ଘରୁ ନ ବାହାରିବାକୁ ଅନୁରୋଧ କରିଛନ୍ତି । ନବୀନ ଏ ଅବସରରେ କହିଛନ୍ତି, ଅସାଧାରଣ ପରିସ୍ଥିତି ପାଇଁ ଅସାଧାରଣ ମୁକାବିଲାର ଆବଶ୍ୟକତା ରହିଛି । କରୋନା ମୁକାବିଲା ହେଉଛି ସମଗ୍ର ମାନବ ଜାତି ପାଇଁ ଆହ୍ୱାନ । ସାମାଜିକ ଦୂରତା ପାଇଁ ରାଜ୍ୟବାସୀ ପ୍ରଧାନମନ୍ତ୍ରୀଙ୍କ ଏ ଅଭିନବ ଆହ୍ୱାନକୁ ସମର୍ଥନ କରିବାକୁ ଅନୁରୋଧ କରିଛନ୍ତି ।
ରାଜ୍ୟରେ କାର୍ଯ୍ୟରତ ଡାକ୍ତର, ନର୍ସ ଓ ସ୍ୱାସ୍ଥ୍ୟ ବିଭାଗ କର୍ମଚାରୀମାନଙ୍କୁ ନିÂାପର ସେବା ପାଇଁ ମୁଖ୍ୟମନ୍ତ୍ରୀ ଧନ୍ୟବାଦ ଜଣାଇଛନ୍ତି । ଏଭଳି ସଂକଟ ସମୟରେ ଡାକ୍ତରମାନେ ନିÂାର ସହ ରୋଗୀସେବା ଜାରି ରଖିଥିବାରୁ ମୁଖ୍ୟମନ୍ତ୍ରୀ ସେମାନଙ୍କୁ ଶୁଭେଛା ଜଣାଇବା ସହ ଏ କାର୍ଯ୍ୟ ଜାରି ରଖିବାକୁ ଅନୁରୋଧ କରିଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons