ଭୁବନେଶ୍ୱର,(ବି.ବି.ନୁ୍ୟଜ୍): ରାଜଧାନୀ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରୁ ଚିହ୍ନଟ ହେଲେ ଆୁ ୪ କରୋନା ଆକ୍ରାନ୍ତ । ଗତ ୨୪ ଘଣ୍ଟା ମଧ୍ୟରେ ୪ ନୂଆ କରୋନା ପଜିଟିଭି ଚିହ୍ନଟ ହୋଇଥିବା ବେଳେ ବିଏମ୍ସି ପକ୍ଷରୁ ଟ୍ୱିଟ୍ କରି ସୂଚନା ଦେଇଛି । ସେଥିରୁ ଜଣେ ହୋମ୍ କ୍ୱାରେଣ୍ଟାଇନ୍ରେ ଥିଲେ । ଏହି ବ୍ୟକ୍ତି ଜଣକ କଳିଙ୍ଗ ବିହାର ଅଞ୍ଚଳର ଜଣେ ଆକ୍ରାନ୍ତଙ୍କ ସଂପର୍କରେ ଆସିଥିବା ସୂଚନା ଦିଆଯାଇଛି । ଏହା ବ୍ୟତୀତ ଅନ୍ୟ ତିନି ଜଣଙ୍କ ମଧ୍ୟରୁ ଜଣେ ଆଇଗିରିଆ ଓ ଜଣେ ଡୁମୁଡୁମାରେ ହୋଇଥିବା ବେଳେ ଅନ୍ୟ ଜଣେ ଭୁବନେଶ୍ୱର ଏମ୍ସରେ କର୍ମଚାରୀ ବୋଲି ସୂଚନା ଦିଆଯାଇଛି । ଆଜି (ଶୁକ୍ରବାର ) ସୁଦ୍ଧା ରାଜ୍ୟରେ ୨୪୭୮ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ଭିତରୁ ୭ ଜଣଙ୍କ ମୃତୁ୍ୟ ଘଟିଥିବା ବେଳେ ୧୪୮୧ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ୯୯୭ ଜଣ ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ଅଛନ୍ତି ।
Comments are closed, but trackbacks and pingbacks are open.