ରାଜଧାନୀରେ ଯୁବକଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ ଦୁର୍ବୃତ୍ତ

Get real time updates directly on you device, subscribe now.

ଭୁବନେଶ୍ବର : ଯୁବକଙ୍କୁ ଗୋଡାଇ ଗୋଡାଇ ହାଣିଲେ ଦୁର୍ବୃତ୍ତ । ଭୁବନେଶ୍ବର ସ୍ଥିତ ବାପୁଜୀ ନଗରରେ ଯୁବକଙ୍କୁ ବିଚ୍ ରାସ୍ତାରେ ଦୁର୍ବୃତ୍ତମାନେ ମରଣାନ୍ତକ ଆକ୍ରମଣ କରିଛନ୍ତି । ଯୁବକଙ୍କୁ ଫାର୍ସା ସାହାଯ୍ୟରେ ହାଣି ଗୁରୁତର କରି ପକାଇଛନ୍ତି ଦୁର୍ବୃତ୍ତ। ତେବେ ପୂର୍ବ ଶତ୍ରୁତାକୁ ନେଇ ଆକ୍ରମଣ ହୋଇଥିବା ସନ୍ଦେହ କରାଯାଉଛି ।
ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ଗୁରୁତର ଯୁବକଙ୍କୁ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଛି । ଘଟଣା ଘଟାଇବା ପରେ ଦୁର୍ବୃତ୍ତମାନେ ଘଟଣାସ୍ଥଳ ଛାଡି ଫେରାର ହୋଇଯାଇଛନ୍ତି । ଏପର୍ୟ୍ୟନ୍ତ ଦୁର୍ବୃତ୍ତମାନଙ୍କର କୌଣସି ପତ୍ତା ମିଳିପାରିନାହିଁ । କ୍ୟାପିଟାଲ ଥାନା ପୋଲିସ ଘଟଣାର ତଦନ୍ତ ଜାରି ରଖିଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons