ରାଜ୍ୟରେଆଉ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ, ମାଲକାନଗିରିରେ ସବୁଠୁ ଅଧିକ

Get real time updates directly on you device, subscribe now.

ଭୁବନେଶ୍ୱର, (ବି.ବି.ନୁ୍ୟଜ୍): ରାଜ୍ୟରେ ଆଉ ୧୦୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି । ଏହା ସହିତ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪୧୬୩ ରେ ପହଞ୍ଚିଥିବା ବେଳେ ୨୮୫୩ ଜଣ ସୁସ୍ଥ ହୋଇ ସାରିଛନ୍ତି ଓ ୧୨୯୫ ଜଣ ଚିକିତ୍ସାଧୀନ ଅଛନ୍ତି । ଏହି ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ୯୫ ଜଣ କ୍ୱାରେଣ୍ଟାଇନ୍ରେ ଥିଲେ । ବାକି ୧୩ଟି ହେଉଛି ଲୋକାଲ୍ କେସ୍ । ନୂଆ ୧୦୮ ଆକ୍ରାନ୍ତଙ୍କ ମଧ୍ୟରୁ ମାଲକାନଗିରି ଜିଲ୍ଲାରୁ ସର୍ବାଧିକ ୨୧ ଜଣ ଅଛନ୍ତି । ସେହିପରି କେନ୍ଦୁଝର ଜିଲ୍ଲାରୁ ୫ ଜଣ ଥିବା ବେଳେ ଖୋର୍ଦ୍ଧାରୁ ୭, କେନ୍ଦ୍ରାପଡ଼ାରୁ ୯, ବାଲେଶ୍ୱରରୁ ୪, ଜଗତସିଂହପୁରରୁ ୯, ଗଞ୍ଜାମରୁ ୮, ପୁରୀରୁ ୧୫, ଗଜପତିରୁ ୭ ଓ ସୁନ୍ଦରଗଡ଼ରୁ ୨ ଜଣ ଚିହ୍ନଟ ହୋଇଛନ୍ତି । ଅନୁଗୁଳ, କଟକ, କଳାହାଣ୍ଡି ,ବରଗଡ଼ ଓ ବଲାଙ୍ଗିରରୁ ଜଣେ ଲେଖାଏଁ ଚିହ୍ନଟ ହୋଇଛନ୍ତି । ସେହିପରି ଅମ୍ଫାନ ଡୁ୍ୟଟି ସାରି ପଶ୍ଚିମ ବଙ୍ଗରୁ ଫେରିଥିବା ଆଉ ୧୬ ଜଣ ଅଗ୍ନିଶମ କର୍ମଚାରୀ ମଧ୍ୟ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons