ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ

Get real time updates directly on you device, subscribe now.

ଭୁବନେଶ୍ୱର: ରାଜ୍ୟରେ ଆଉ ୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛି। ଏହି ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ୱେବ୍‌ସାଇଟ୍‌ ପକ୍ଷରୁ ସୂଚନା ଦିଆଯାଇଛି।
ଚିହ୍ନଟ ହୋଇଥିବା ୩ ନୂଆ ଆକ୍ରାନ୍ତ ଯାଜପୁର ଜିଲ୍ଲାର ବୋଲି ସୂଚନା ମିଳିଛି। ଫଳରେ ଯାଜପୁରରେ ଆକ୍ରାନ୍ତଙ୍କ ସଂଖ୍ୟା ୨୨ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଛନ୍ତି।
ରାଜ୍ୟରେ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୧୨୮ରେ ପହଞ୍ଚି ଥିବାବେଳେ ସେମାନଙ୍କ ମଧ୍ୟରୁ ୩୯ ଜଣ ସୁସ୍ଥ ହୋଇଛନ୍ତି ଓ ୮୮ଜଣ ଚିକିତ୍ସାଧୀନ ଅଛନ୍ତି। ତେବେ ଜଣଙ୍କର ମୃତ୍ୟୁ ଘଟିଛି।
ରାଜ୍ୟରେ ଗତ ୨୪ ଘଣ୍ଟାରେ ସର୍ବାଧିକ ୨୫୮୮ଟି ସାମ୍ପଲ୍ ଟେଷ୍ଟ ହୋଇଛି। ଏଯାବତ୍‌ ମୋଟ୍‌ ୩୧, ୬୯୬ଟି ସାମ୍ପଲ୍ ଟେଷ୍ଟ ହୋଇଛି।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons