ସୁବର୍ଣ୍ଣପୁର, (ବି.ବି.ନୁ୍ୟଜ୍): ସୁବର୍ଣ୍ଣପୁର ଜିଲ୍ଲାରୁ ଆଉ ୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ଭିତରୁ ସୋନପୁର ବ୍ଲକର ୨ , ତରଭା ଓ ଡୁଙ୍ଗୁରିପାଲି ବ୍ଲକରୁ ଜଣେ ଲେଖାଏଁ ଅଛନ୍ତି । ସମସ୍ତେ କ୍ୱାରେଣ୍ଟାଇନ୍ରେ ଥିଲେ । ଚିହ୍ନଟ ପରେ ସେମାନଙ୍କୁ କୋଭିଡ୍ ହସ୍ପିଟାଲରେ ଭର୍ତ୍ତି କରାଯାଇଥିବା ଟ୍ୱିଟ୍ କରି ସୂଚନା ଦେଲେ ସୁବର୍ଣ୍ଣପୁର ଜିଲ୍ଲାପାଳ । ଏଥିପାଇଁ ଭୟଭୀତ ନ ହେବାକୁ ଜିଲ୍ଲାପାଳ ଟ୍ୱିଟ୍ରେ ଉଲ୍ଲେଖ କରିଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫୨୩ ରେ ପହଞ୍ଚିଛି । ଆଜି ସକାଳେ ୭୪ ଜଣ କରୋନା ଚିହ୍ନଟ ହୋଇଥିଲେ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରିଥିଲେ । ତେବେ ସନ୍ଧ୍ୟା ବେଳେ ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାରୁ ଆଉ ୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏନେଇ ଗଞ୍ଜାମ ଓ ସୁବର୍ଣ୍ଣପୁର ଜିଲ୍ଲାପାଳ ଟ୍ୱିଟ୍ କରି ସୂଚନା ଦେଇଛନ୍ତି । ଆଜି ସୁଦ୍ଧା ରାଜ୍ୟରେ ୧୫୨୩ ଜଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ଭିତରୁ ୭ ଜଣଙ୍କ ମୃତୁ୍ୟ ଘଟିଥିବାବେଳେ ୮୧୨ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Comments are closed, but trackbacks and pingbacks are open.