ଭୁବନେଶ୍ବର : ରାଜ୍ୟରେ କରୋନାକୁ ଲାଗୁନି ବ୍ରେକ୍ । ଦିନକୁ ଦିନ ହୁ ହୁ ହୋଇ ବଢିବାରେ ଲାଗିଛି ସଂକ୍ରମିତଙ୍କ ସଂଖ୍ୟା । ରବିବାର ରାଜ୍ୟରେ ଆଉ ୧୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରବିବାର ରାଜ୍ୟରେ ୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଫଳରେ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ଓ୍ବେବସାଇଟ୍ରେ ସୂଚନା ପ୍ରଦାନ କରାଯାଇଛି ।ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୨ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୯୧ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୩ ଜଣଙ୍କର ମୃତ୍ୟୁ ହୋଇଛି । ସେହିପରି ୬୮ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ।
Comments are closed, but trackbacks and pingbacks are open.