ରେଳ ଷ୍ଟେସନ ପରିସରରୁ ଯୁବକଙ୍କ ଲୁଲନ୍ତା ମୃତଦେହ ଉଦ୍ଧାର

Get real time updates directly on you device, subscribe now.

ଖଲ୍ଲିକୋଟ: ଗଞ୍ଜାମ ଖଲ୍ଲିକୋଟ ନିକଟସ୍ଥ କାଳିଜାଇ ଷ୍ଟେସନ ପରିସରରେ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି । ଘଟଣାର ତଦନ୍ତ ଆରମ୍ଭ କରିଛି ପୋଲିସ ।
ସୂଚନାଯୋଗ୍ୟ ଯେ, ଷ୍ଟେସନ ପରିସରରେ ଏକ ଗଛ ଡାଳରେ ଝୁଲନ୍ତା ଅବସ୍ଥାରେ ଯୁବକଙ୍କ ମୃତଦେହ ସ୍ଥାନୀୟ ଲୋକ ଦେଖିବାକୁ ପାଇଥିଲେ । ପରେ ଏ ନେଇ ପୋଲିସକୁ ଖବର ଦେଇଥିଲେ ସ୍ଥାନୀୟଲୋକ । ମୃତକ ଜଣଙ୍କ ହେଲେ ଖଲ୍ଲିକୋଟ ଥାନା ଅନ୍ତର୍ଗତ ବାଲନ୍ତର ଗ୍ରାମର ସୁସିଲା ମହାରଣା । ତେବେ ତାଙ୍କୁ କେହି ହତ୍ୟା କରି ସେଠାରେ ଝୁଲାଇ ଦେଇଛନ୍ତି ନା’ ସେ ଆତ୍ମହତ୍ୟା କରିଛନ୍ତି ତାର କାରଣ ଅସ୍ପଷ୍ଟ ରହିଛି । ଘଟଣା ସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି । ଶବ ବ୍ୟବଚ୍ଛେଦ ରିପୋର୍ଟ ଆସିବା ପରେ ପ୍ରକୃତ କାରଣ ଜଣାପଡିବ ବୋଲି ପୋଲିସ ପକ୍ଷରୁ କୁହାଯାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons