ଭୁବନେଶ୍ୱର, (ବି.ବି.ବୁ୍ୟରୋ): ଲକ୍ ଡାଉନରେ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତି ନେଇ ଜଗତଗୁରୁ ଶଙ୍କରାଚାର୍ଯ୍ୟଙ୍କ ପରାମର୍ଶକୁ ସ୍ୱାଗତ କରିବା ସହ ତାଙ୍କର ପରାମର୍ଶ ସମଗ୍ର ହିନ୍ଦୁ ସମାଜ ଏବଂ ସାଢେ଼ ୪ କୋଟି ଓଡ଼ିଶାବାସୀଙ୍କୁ ଆଶ୍ୱସ୍ତ କରିବ ବୋଲି କହିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ଯେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନୀତିକାନ୍ତି ଓ ମହାନ ପରମ୍ପରାକୁ ରକ୍ଷା କରିବା ସହ କରୋନା ମହାମାରୀର ସଠିକ୍ ମୁକାବିଲା କରିବା ପାଇଁ ଜଗତଗୁରୁ ପରମପୂଜ୍ୟ ଶଙ୍କରାଚାର୍ଯ୍ୟ ମହାରାଜ ଯେଉଁ ପରାମର୍ଶ ଦେଇଛନ୍ତି ତାହା ସମଗ୍ର ହିନ୍ଦୁ ସମାଜ ଏବଂ ସାଢେ଼ ୪ କୋଟି ଓଡ଼ିଶାବାସୀଙ୍କୁ ଆଶ୍ୱସ୍ତ କରିବ ବୋଲି ମୋର ଦୃଢ଼ ବିଶ୍ୱାସ ।
ଗଜପତି ମହାରାଜ ବିସ୍ତୃତ ଭାବେ କରୋନା ମହାମାରୀର ମୁକାବିଲା ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ନୀତି ନିୟମ ମାନିବା ଉପରେ ଗୁରୁତ୍ୱ ଆରୋପ କରିବା ଏକ ସମୟୋପଯୋଗୀ ପଦକ୍ଷେପ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।
ସେହିପରି ଶ୍ରୀମନ୍ଦିର ପରିଚାଳନା କମିଟି, ମନ୍ଦିର ପ୍ରଶାସନ ଓ ରାଜ୍ୟ ସରକାର ଜଗତଗୁରୁ ପରମପୂଜ୍ୟ ଶଙ୍କରାଚାର୍ଯ୍ୟ ମହାରାଜ ଓ ଗଜପତି ମହାରାଜଙ୍କ ପରାମର୍ଶ ଆଧାରରେ ମହାପ୍ରଭୁଙ୍କ ନୀତିକାନ୍ତି ପରମ୍ପରା ରକ୍ଷା ହୋଇପାରିବ । ମହାପ୍ରଭୁଙ୍କ ଆଶୀର୍ବାଦରେ ମାନବ ଜାତି କରୋନା ଯୁଦ୍ଧରେ ନିର୍ଣ୍ଣାୟକ ବିଜୟ ଲାଭ କରିପାରିବେ ବୋଲି ଶ୍ରୀ ପ୍ରଧାନ ଟ୍ୱିଟ୍ କରି କହିଛନ୍ତି ।
Comments are closed, but trackbacks and pingbacks are open.