ଯାଜପୁର : ମହିଳା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କ ସନ୍ଦେହଜନକ ମୃତ୍ୟୁ ।ଯାଜପୁର ଧର୍ମଶାଳା ବ୍ଲକ୍ ହରିଦାସପୁର ପଞ୍ଚାୟତର ନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ବାଳଙ୍କର ମୃତ୍ୟୁ ଘଟଣା ଏବେ ସନ୍ଦେହ ଘେରରେ ।କାରଣ ମହିଳା କର୍ମଚାରୀ ଜଣଙ୍କୁ ଜଣେ ସରପଞ୍ଚଙ୍କର ସ୍ବାମୀଙ୍କର ଗେଷ୍ଟ ହାଉସରୁ ମୃତ ଅବସ୍ଥାରେ ଉଦ୍ଧାର କରାଯାଇଛି। ତେବେ ଡ୍ୟୁଟିରୁ ଫେରିଥିବା ମହିଳା କର୍ମଚାରୀ ଜଣଙ୍କର ଅଚାନକ କେମିତି ମୃତ୍ୟୁ ହେଲା ତାହା ସନ୍ଦେହ ଘେରରେ। ଗେଷ୍ଟ ହାଉସର ୟୁରିନାଲ ରୁମ୍ରେ ସେ ଓଢ଼ଣୀ ଲଗାଇ ଆତ୍ମହତ୍ୟା କରିଥିବା ସରପଞ୍ଚଙ୍କର ସ୍ବାମୀ କହିଥିବା ବେଳେ ଏହା ଏକ ସୁଚିନ୍ତିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଛି ।
ସନ୍ଦେହ ଘେରରେ ମହିଳା ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କର ମୃତ୍ୟୁ। ଯାଜପୁର ଧର୍ମଶାଳା ବ୍ଲକ୍ ହରିଦାସପୁର ପଞ୍ଚାୟତର ନିର୍ବାହୀ ଅଧିକାରୀ ସ୍ମିତାରାଣୀ ବିଶ୍ବାଳଙ୍କର ମୃତ୍ୟୁକୁ ନେଇ ଅନେକ ପ୍ରଶ୍ନ। ଗତକାଲି ସ୍ମିତାରାଣୀ ବିଶ୍ବାଳଙ୍କ ମୃତଦେହ ଝୁଲନ୍ତା ଅବସ୍ଥାରେ ଏକ ଗେଷ୍ଟ ହାଉସର ୟୁରିନାଲ ରୁମ୍ରୁ ଉଦ୍ଧାର କରାଯାଇଥିଲା। ବେକରେ ଓଢ଼ଣୀ ବନ୍ଧା ଯାଇଥିବା ଅବସ୍ଥାରେ ମିଳିଥିଲା ଏହି ମହିଳାଙ୍କର ମୃତଦେହ। ଗତକାଲି ସ୍ମିତାରାଣୀ ହରିଦାସପୁର ପଞ୍ଚାୟତର ବାଲିଗରି ଗାଁରେ ଭତ୍ତା ବାଣ୍ଟିବା ପରେ ଦିନ ଗୋଟାଏ ବେଳେ ହରିଦାସପୁର ସରପଞ୍ଚଙ୍କର ସ୍ବାମୀଙ୍କର ଗେଷ୍ଟ ହାଉସକୁ ଫ୍ରେସ୍ ହେବାକୁ ଯାଇଥିଲେ। ଆଉ ସେହି ଗେଷ୍ଟ ହାଉସର ୟୁରିନାଲ ଭିତରୁ ତାଙ୍କର ଓଢ଼ଣୀରେ ଓହଳିଥିବା ମୃତଦେହ ଉଦ୍ଧାର କରାଯାଇଛି। ସରପଞ୍ଚଙ୍କର ସ୍ବାମୀ ବାଥରୁମ୍ ଗେଷ୍ଟ ହାଉସ ଡୋର୍ ଭାଙ୍ଗି ବାଥରୁମରୁ ତାଙ୍କୁ ଉଦ୍ଧାର କରିଥିବା ବେଳେ ସେଠାରୁ ଧର୍ମଶାଳା ଡାକ୍ତରଖାନା ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ ଘୋଷଣା କରିଛନ୍ତି।
Comments are closed, but trackbacks and pingbacks are open.