ଭଦ୍ରକ: ସରକାରୀ ଉଚ୍ଚ ବିଦ୍ୟାଳୟର ମେଧାବୀ ଛାତ୍ରଛାତ୍ରୀଙ୍କ ପାଇଁ ମେଡିକାଲ ଓ ଇଞ୍ଜିନିୟରିଂ ପ୍ରବେଶିକା ପରୀକ୍ଷାରେ ସ୍ଥାନ ସଂରକ୍ଷଣ ପାଇଁ ଗତକାଲି ମୁଖ୍ୟମନ୍ତ୍ରୀ କ୍ୟାବିନେଟରେ ମୋହର ମାରିଛନ୍ତି। ମୁଖ୍ୟମନ୍ତ୍ରୀଙ୍କ ଏହି ଐତିହାସିକ ନିଷ୍ପତ୍ତିକୁ ନେଇ ଭଦ୍ରକର ଶିକ୍ଷକ, ଛାତ୍ରଛାତ୍ରୀ ଓ ବୁଦ୍ଧିଜୀବି ମହଲରେ ଖୁସିର ଲହରୀ ଖେଳିଯାଇଛି।
ଏହି ଅବସରରେ ଆଜି ଜିଲ୍ଲାପାଳଙ୍କ କାର୍ୟ୍ୟାଳୟ ସମ୍ମୁଖରେ ରାଜ୍ୟ ସରକାରଙ୍କ ଉଦ୍ଦେଶ୍ୟରେ ଏକ ବଡ଼ ହୋଡିଂ ଲଗାଇ ଛାତ୍ରଛାତ୍ରୀ, ଶିକ୍ଷାବିତଙ୍କ ସହ ବୁଦ୍ଧିଜୀବିମାନେ ରାଜ୍ୟ ଯୁବ ସଭାପତି ବ୍ୟୋମେକେଶ ରାୟ, ଭଦ୍ରକ ସାଂସଦ ମଞ୍ଜୁଲତା ମଣ୍ଡଳ ଓ ବିଧାୟକ ସଞ୍ଜୀବ ମଲ୍ଲିକଙ୍କୁ ସ୍ବାଗତ ଓ ସମ୍ବର୍ଦ୍ଧନା କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ନିଷ୍ପତ୍ତିକୁ ଭଦ୍ରକ ସାଂସଦ, ବିଧାୟକ ଓ ଶିକ୍ଷାବିତମାନେ ସ୍ବାଗତ କରିବା ସହ କୃତଜ୍ଞତା ଜ୍ଞାପନ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ଏହି ନିଷ୍ପତ୍ତି ଯୋଗୁଁ ସରକାରୀ ବିଦ୍ୟାଳୟରେ ପଢ଼ୁଥିବା ମେଧାବୀ ଛାତ୍ରଛାତ୍ରୀମାନେ ଉପକୃତ ହୋଇପାରିବେ। ମୁଖ୍ୟମନ୍ତ୍ରୀଙ୍କ ଏଭଳି ଯୁଗାନ୍ତକାରୀ ପଦକ୍ଷେପକୁ ସାଧାରଣରେ ସ୍ବାଗତ କରାଯାଇଛି ।
Comments are closed, but trackbacks and pingbacks are open.