ସୁସ୍ଥ ହେଲେ ୧୧୨ କରୋନା ଆକ୍ରାନ୍ତ

Get real time updates directly on you device, subscribe now.

ଭୁବନେଶ୍ୱର,(ବି.ବି.ନୁ୍ୟଜ୍): ରାଜ୍ୟରେ ୧୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେମାନଙ୍କ ଭିତରୁ କେନ୍ଦୁଝରରୁ ୩୩, ବଲାଙ୍ଗିରରୁ ୧୬, ଯାଜପୁରରୁ ୧୧, ସୁନ୍ଦରଗଡ଼ରୁ ୧୦, ଜଗତିଂହପୁରରୁ ୮, ଗଞ୍ଜାମରୁ ୭, ଖୋର୍ଦ୍ଧାରୁ ୭, କଟକ ଓ ସୋନପୁରରୁ ୪ଜଣ ଲେଖାଏଁ, ବାଲେଶ୍ୱର, ପୁରୀ ଓ ସମ୍ବଲପୁରରୁ ୩ ଜଣ ଲେଖାଏଁ, ନୟାଗଡ଼ରୁ ୨ ଓ ମୟୂରଭଞ୍ଜରୁ ଜଣେ ଲେଖାଏଁ ଅଛନ୍ତି । ଏମାନଙ୍କୁ ମିଶାଇ ରାଜ୍ୟରେ ୧୭୧୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏନେଇ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଟ୍ୱିଟ୍ କରି ସୂଚନା ଦେଇଛି । ଆଜି (ଶନିବାର) ସୁଦ୍ଧା ରାଜ୍ୟରେ ୨୭୮୦ ଜଣ କରେନାରେ ଆକ୍ରାନ୍ତ ହୋଇଛନ୍ତି । ସେମାନଙ୍କ ଭିତରୁ ୮ ଜଣଙ୍କ ମୃତୁ୍ୟ ଘଟିଥିବା ବେଳେ ୧୭୧୬ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ୧୦୬୫ ଜଣ ବିଭିନ୍ନ କୋଭିଡ୍ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି । ଏହାଛଡ଼ା ଅନେକ କ୍ୱାରେଣ୍ଟାଇନ୍ରେ ରହିଛନ୍ତି । ସେମାନଙ୍କ ରକ୍ତ ଓ ସ୍ୱାବ ଟେଷ୍ଟ ପାଇଁ ସଂଗ୍ରହ କରାଯାଇଥିବା ଜଣାପଡିଛି । ଆଜି (ଶନିବାର) ରାଜ୍ୟର ୧୪ ଜିଲ୍ଲାରୁ ୧୭୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଗଞ୍ଜାମରୁ ସର୍ବାଧିକ ୬୪ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସମସ୍ତଙ୍କୁ ବିଭିନ୍ନ କୋଭିଡ଼୍ ହସ୍ପିଟାଲରେ ଭର୍ତ୍ତି କରାଯାଇଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons