ସ୍ମାର୍ଟ ହେଲଥ କାର୍ଡ ବଣ୍ଟନ ଶୁଭାରମ୍ଭ କଲେ ମୁଖ୍ୟମନ୍ତ୍ରୀ

Get real time updates directly on you device, subscribe now.

ପାରଳାଖେମୁଣ୍ଡି, (ବି.ବି.ନୁ୍ୟଜ): ଗଜପତି ଜିଲ୍ଲାରେ ବିଜୁ ସ୍ୱାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ ହେଲ୍ଥ କାର୍ଡ ବଣ୍ଟନର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଜିଲ୍ଲାର ୧.୩୫ ଲକ୍ଷ, ପ୍ରାୟ ୯୦ ପ୍ରତିଶତ ଲୋକ ଏହି ଯୋଜନାର ସୁବିଧା ପାଇବେ । ଏହାସହ ୮୨୦ କୋଟି ଟଙ୍କା ବ୍ୟୟ ଅଟକଳରେ ବିଭିନ୍ନ ପ୍ରକଳ୍ପର ଉଦଘାଟନ ଏବଂ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ । ସୋମବାର ପୂର୍ବାହ୍ନରେ ପାରଳାଖେମୁଣ୍ଡିର ଗଜପତି ଷ୍ଟାଡିୟମରେ ଆୟୋଜିତ ଏକ ଉତ୍ସବରେ ଜନସାଧାରଣଙ୍କୁ ଉଦବୋଧନ ଦେଇ ମୁଖ୍ୟମନ୍ତ୍ରୀ କହିଛନ୍ତି ଯେ ଗଜପତି ଜିଲ୍ଲା ସହ ବିଜୁ ବାବୁଙ୍କର ସମ୍ପର୍କ ବିଷୟରେ ସମସ୍ତେ ଜାଣନ୍ତି । ତେଣୁ ଗଜପତି ଜିଲ୍ଲା ତାଙ୍କ ପାଇଁ ସ୍ୱତନ୍ତ୍ର ଗୁରତ୍ୱ ବହନ କରେ । ଗଜପତିରେ ସ୍ମାର୍ଟ ହେଲ୍ଥ କାର୍ଡ ଆରମ୍ଭ କରି ସେ ବହୁତ ଖୁସି ବୋଲି କହିଥିଲେ ।
ଗଜପତି ଜିଲ୍ଲାର ସ୍ୱାତନ୍ତ୍ର୍ୟ ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଗଜପତି ହେଉଛି କଳା ଓ ସସ୍କୃତିର ଭୂମି । ଛୋଟିଆ ଜିଲ୍ଲା ହେଲେ ମଧ୍ୟ ଆଧୁନିକ ଓଡ଼ିଶା ପାଇଁ ଗଜପତିଙ୍କ ଅବଦାନ ବହୁତ ବେଶୀ । ଏ ଅବସରରେ ସ୍ୱତନ୍ତ୍ର ଉକ୍ରଳ ପ୍ରଦେଶ ଗଠନର ଅନ୍ୟତମ ପୁରୋଧା ମହାରାଜା କୃଷ୍ଣଚନ୍ଦ୍ର ଗଜପତିଙ୍କୁ ମନେ ପକାଇ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ଅବଦାନକୁ ଏ ଜାତି କେବେ ଭୁଲି ପାରିବ ନାହିଁ । ସେ ଥିଲେ ବିକାଶ ଓ ସ୍ୱାଭିମାନର ପ୍ରତୀକ । ସେହିପରି କବି ଗୋପାଳକୃଷ୍ଣ ପଟ୍ଟନାୟକ ତଥା ବିଶିଷ୍ଟ ଇତିହାସବିତ୍ ଡ. ସତ୍ୟନାରାୟଣ ରାଜଗୁରୁଙ୍କୁ ମଧ୍ୟ ମୁଖ୍ୟମନ୍ତ୍ରୀ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ ।
ଗଜପତି ଜିଲ୍ଲା ପାଇଁ ମୁଖ୍ୟମନ୍ତ୍ରୀ ରାସ୍ତାଘାଟ, ଶିକ୍ଷା, ସ୍ୱାସ୍ଥ୍ୟ ଭିତ୍ତିଭୂମି ସହିତ ମେଗା ପାଇପ ପାଣି ପ୍ରକଳ୍ପର ଉଦଘାଟନ କରିଥିଲେ । ମହେନ୍ଦ୍ରଗିରି ତୀର୍ଥର ବିକାଶ ପାଇଁ ମଧ୍ୟ ପଦକ୍ଷେପ ନିଆଯାଉଛି ବୋଲି ମୁଖ୍ୟମନ୍ତ୍ରୀ କହିଥିଲେ । ସ୍ମାର୍ଟ ହେଲ୍ଥ କାର୍ଡ ଦ୍ୱାରା ରାଜ୍ୟର ୯୬ଲକ୍ଷ ପରିବାରର ସାଢେ ତିନି କୋଟି ଲୋକ ଉପକୃତ ହେବେ ବୋଲି ପ୍ରକାଶ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଏହାଦ୍ୱାରା ଆମର ଗରିବ ଲୋକମାନେ ସ୍ୱାସ୍ଥ୍ୟ ସେବା ପାଇଁ ଆର୍ଥିକ ସମସ୍ୟାରୁ ମୁକ୍ତ ହୋଇପାରିବେ । ଲୋକମାନେ ସ୍ୱାସ୍ଥ୍ୟ ସମସ୍ୟାରେ ପଡିଲେ ଚିକିତ୍ସା ପାଇଁ କିପରି ଜମିବାଡ଼ି ବିକିବାକୁ ବାଧ୍ୟ ହୁଅନ୍ତି, ପିଲାଙ୍କ ପାଠପଢା ବନ୍ଦ କରନ୍ତି, ସେ ସବୁ ସମସ୍ୟା ବିଷୟରେ ଆଲୋକପାତ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ଏହା ତାଙ୍କୁ ବହୁତ ଦୁଃଖ ଦେଇଥାଏ । ବର୍ତ୍ତମାନ ଲୋକମାନେ ବିନା କୌଣସି ଅସୁବିଧାରେ କାର୍ଡ ଖଣ୍ଡିଏ ଧରି ଦେଶର ୨୦୦ ବଡ଼ ହସ୍ପିଟାଲରେ ଭଲ ଚିକିତ୍ସା ପାଇପାରିବେ । ଏଥିପାଇଁ ଟଙ୍କାଟିଏ ବି ଖର୍ଚ୍ଚ କରିବାକୁ ପଡିବ ନାହିଁ ।
ମୁଖ୍ୟମନ୍ତ୍ରୀ କହିଥିଲେ ଯେ ତାଙ୍କ ପାଇଁ ପ୍ରତିଟି ଜୀବନ ମୂଲ୍ୟବାନ । ଚାଷୀ ହେଉ ବା ମୂଲିଆ ବା ରିrାବାଲା, ସମସ୍ତେ ସମ୍ମାନର ସହ ବଞ୍ଚନ୍ତୁ । ଏହା ତାଙ୍କର ବିଭିନ୍ନ କଲ୍ୟାଣ କାର୍ଯ୍ୟକ୍ରମର ଲକ୍ଷ୍ୟ । ସୂଚନାଯୋଗ୍ୟ ଯେ ସ୍ମାର୍ଟ ହେଲ୍ଥ କାର୍ଡ ରାଜ୍ୟ ସରକାରଙ୍କ ଏକ ଫ୍ଲାଗସିପ୍ କାର୍ଯ୍ୟକ୍ରମ । ଅଗଷ୍ଟ ୨୦ ତାରିଖରେ ମୁଖ୍ୟମନ୍ତ୍ରୀ ମାଲକାନଗିରିରେ ଏହାର ଶୁଭାରମ୍ଭ କରିଥିଲେ । ଏହାପରେ ସୁନ୍ଦରଗଡ, ବଲାଙ୍ଗୀରରେ ଏହି କାର୍ଯ୍ୟକ୍ରମ ଆରମ୍ଭ କରିବା ପରେ ଆଜି ଗଜପତିରେ ମଧ୍ୟ ଏହି କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ୫-ଟି ସଚିବ ଭି.କେ.ପାଣ୍ଡିଆନ୍ଙ୍କ ଉପସ୍ଥିତିରେ ଅନୁÂିତ କାର୍ଯ୍ୟକ୍ରମରେ ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସ, ଅନୁସୂଚିତ ଜନଜାତି ଓ ଜାତି ବିକାଶ ମନ୍ତ୍ରୀ ଜଗନ୍ନାଥ ସାରକା, ଶିଳ୍ପ ଓ ଶକ୍ତି ମନ୍ତ୍ରୀ ଦିବ୍ୟ ଶଙ୍କର ମିଶ୍ର, ବ୍ରହ୍ମପୁର ସାଂସଦ ଚନ୍ଦ୍ରଶେଖର ସାହୁ, ଭୁବନେଶ୍ୱର ବିଧାୟକ ଅନନ୍ତ ନାରାୟଣ ଜେନା, ପାରଳାଖେମୁଣ୍ଡି ବିଧାୟକ କେ.ନାରାୟଣ ରାଓ ଏବଂ ମୋହନା ବିଧାୟକ ଦାଶରଥୀ ଗମାଙ୍ଗ ଯୋଗ ଦେଇଥିଲେ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons