ବ୍ରହ୍ମପୁର,(ବି.ବି.ବୁ୍ୟରୋ): ମୁଖ୍ୟମନ୍ତ୍ରୀଙ୍କ ନିର୍ବାଚନମଣ୍ଡଳୀ ହିଞ୍ଜିଳିରୁ ଆରମ୍ଭ ହେଲା ରାଜ୍ୟ ସରକାରଙ୍କର ଉଚ୍ଚାକାଂକ୍ଷୀ ସ୍କୁଲ ରୂପାନ୍ତରଣ କାର୍ଯ୍ୟ । ୫-ଟି ଉପକ୍ରମରେ ହିଞ୍ଜିଳିର ୫୦ଟି ହାଇସ୍କୁଲର ରୂପାନ୍ତରଣ କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇଛି । ପ୍ରଥମ ପର୍ଯ୍ୟାୟରେ ୧୦ଟି ରୂପାନ୍ତରିତ ସ୍କୁଲକୁ ଶନିବାର ଲୋକାର୍ପିତ କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହି ଅବସରରେ ୧୦ଟି ଯାକ ସ୍କୁଲରେ ଆୟୋଜିତ ହୋଇଥିଲା ସ୍ୱତନ୍ତ୍ର କାର୍ଯ୍ୟକ୍ରମ । ଯୋଗ ଦେଇଥିଲେ ମନ୍ତ୍ରୀ, ବିଧାୟକ, ସରପଞ୍ଚ, ପଞ୍ଚାୟତ ପ୍ରତିନିଧି, ସ୍କୁଲର ପୁରାତନ ଓ ବର୍ତ୍ତମାନର ଛାତ୍ରଛାତ୍ରୀ, ଅଭିଭାବକ ଓ ସ୍ଥାନୀୟ ଜନସାଧାରଣ ।
କାର୍ଯ୍ୟକ୍ରମକୁ ଭର୍ଚୁଆଲ ମାଧ୍ୟମରେ ଉଦ୍ଘାଟନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ- ପ୍ରତି ପିଲା ହେଉଛି ଅନନ୍ତ ସମ୍ଭାବନାର ପ୍ରତୀକ । ସୁନ୍ଦର ଭବିଷ୍ୟତ ପାଇଁ ତା ଆଖିରେ ଥାଏ ଅନେକ ସ୍ୱପ୍ନ ଓ ଏହି ସ୍ୱପ୍ନକୁ ସାକାର କରିବା ପାଇଁ ରୂପାନ୍ତରଣ ଆଣିଛି ସୁଯୋଗ । ପିଲାଙ୍କ ସ୍ୱପ୍ନ ସାକାର ହେଲେ ପୂରଣ ହେବ ନୂଆ ଓଡ଼ିଶା, ନବୀନ ଓଡ଼ିଶାର ଲକ୍ଷ୍ୟ । ଏହି ରୂପାନ୍ତରକୁ ନୂଆ ଓଡିଶାର ଭିତ୍ତି ଭାବରେ ମୁଖ୍ୟମନ୍ତ୍ରୀ ବର୍ଣ୍ଣନା କରିଥିଲେ । ପିଲାମାନଙ୍କ ଉଦେ୍ଧଶ୍ୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ- ସ୍କୁଲ ହେଉଛି ସମସ୍ତଙ୍କ ଜୀବନର ଶ୍ରେÂ ସମୟ । ଏହି ରୂପାନ୍ତର ତୁମମାନଙ୍କ ପାଇଁ । ତୁମମାନଙ୍କ ଭବିଷ୍ୟତ ପାଇଁ ଏବଂ ତୁମମାନଙ୍କୁ ଶ୍ରେÂ ଗଢିÿବା ପାଇଁ ଏହା ଅନେକ ସୁଯୋଗ ସୃଷ୍ଟି କରିବ ।
ମୁଖ୍ୟମନ୍ତ୍ରୀ ଆହୁରି କହିଥିଲେ ଯେ- ହିଞ୍ଜିଳିରେ ଆରମ୍ଭ ହୋଇଥିବା ଏହି ରୂପାନ୍ତରଣ କାର୍ଯ୍ୟ ସାରା ରାଜ୍ୟକୁ ବାଟ ଦେଖାଇଛି । ସାରା ରାଜ୍ୟରେ ପ୍ରଥମ ପର୍ଯ୍ୟାୟରେ ୧୦୭୦ ସ୍କୁଲର କାୟାକଳ୍ପ ହେବ । ୫-ଟି ଉପକ୍ରମ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ- ଏହି ସ୍କୁଲ ରୂପାନ୍ତରଣ ହେଉଛି ଆମର ୫-ଟି କାର୍ଯ୍ୟକ୍ରମର କ୍ଲାସିକ୍ ଉଦାହରଣ । ୫-ଟିର
ପଞ୍ଚ ଆଧାର ବିଷୟରେ ଅବତାରଣା କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଟେକ୍ନୋଲୋଜି, ଟିମ୍ ୱର୍କ, ଟାଇମ୍, ଟ୍ରାନ୍ସପରେନ୍ସି ଆଣ୍ଡ୍ ଟ୍ରାନ୍ସଫର୍ମେସନ୍ । ଏହା ହିଁ ରୂପାନ୍ତରଣକୁ ସମ୍ଭବ କରିପାରିଛି । ଟେକ୍ନୋଲୋଜି ଆମକୁ ସ୍ମାର୍ଟ କ୍ଲାସ୍ ରୁମ୍, ଇ-ଲାଇବ୍ରେରୀ, କମ୍ପୁ୍ୟଟର୍ ଓ ମଡର୍ଣ୍ଣ ଲ୍ୟାବ୍ ସୁବିଧା ଦେଇଥିବା ବେଳେ, ଆମ ସମସ୍ତଙ୍କର ମିଳିତ ଉଦ୍ୟମ ହେଉଛି ଟିମ୍ ୱର୍କ । ପଞ୍ଚାୟତ ପ୍ରତିନିଧି ଠାରୁ ଆରମ୍ଭ କରି ସ୍କୁଲ ପରିଚାଳନା କମିଟି, ଶିକ୍ଷକ-ଶିକ୍ଷୟିତ୍ରୀ, ପୁରାତନ ଛାତ୍ରଛାତ୍ରୀ, ପ୍ରଶାସନ, ଅଭିଭାବକ, ସ୍ଥାନୀୟ ଜନସାଧାରଣ ସମସ୍ତେ ଏଥିପାଇଁ ମିଶି କାମ କରିଛନ୍ତି ।
୫-ଟିର ତୃତୀୟ ଆଧାର ହେଉଛି ଟାଇମ୍ । ଏ ବିଷୟରେ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ଅଗଷ୍ଟ ୧୫ ସୁଦ୍ଧା ହିଞ୍ଜିଳି- ଶେରଗଡ଼ର ୫୦ଟି ସ୍କୁଲର ରୂପାନ୍ତରଣ କାର୍ଯ୍ୟ ଶେଷ କରିବା ପାଇଁ ମୁଁ ପ୍ରଶାସନକୁ ଲକ୍ଷ୍ୟ ଦେଇଥିଲି । ୬ ମାସ ତଳେ କାମ ଆରମ୍ଭ ହେଲା ଏବଂ ନିର୍ଦ୍ଧାରିତ ସମୟ ପୂର୍ବରୁ କାମ ଶେଷ ହେଲା । ଏହା ସମ୍ଭବ ହୋଇପାରିଲା ସମସ୍ତଙ୍କର ନିÂା ଓ ପ୍ରତିବଦ୍ଧତା ଯୋଗୁଁ ।
୫-ଟିର ଆଉ ଏକ ଗୁରୁତ୍ୱପୂର୍ଣ୍ଣ ଆଧାର ହେଲା ଟ୍ରାନ୍ସପରେନ୍ସି ବା ସ୍ୱଚ୍ଛତା । ସ୍କୁଲମାନଙ୍କରେ ଯାହା କିଛି ପରିବର୍ତ୍ତନ ଆସିଛି, ଲୋକଙ୍କ ସହ ଆଲୋଚନା କରି କରାଯାଇଛି । ଭିଜନ୍ ଡକୁ୍ୟମେଣ୍ଟ୍ ଠାରୁ ଆରମ୍ଭ କରି ଖର୍ଚ୍ଚ, ଲୋକମାନେ ସବୁ ବିଷୟରେ ଅବଗତ ଅଛନ୍ତି । ସେମାନେ ନିଜେ ମଧ୍ୟ କାମ ତଦାରଖ କରିଛନ୍ତି । ସ୍ୱଚ୍ଛତା ହେଉଛି ୫-ଟିର ସବୁଠାରୁ ବଡ଼ ଶକ୍ତି । ଆଉ ଗୋଟିଏ ବିଷୟ ହେଲା ପିଲାମାନଙ୍କ ପାଇଁ ଭଲ ପିଇବା ପାଣି ଓ ଉତ୍ତମ ପରିମଳ ବ୍ୟବସ୍ଥାର ଉପଲବ୍ଧତା । ଏସବୁ କିଛି ଆଣିପାରିଛି ରୂପାନ୍ତର ଯାହାକି ସମସ୍ତେ ଦେଖି ପାରୁଛନ୍ତି ଓ ଅନୁଭବ ମଧ୍ୟ କରିପାରୁଛନ୍ତି ।
କାର୍ଯ୍ୟକ୍ରମରେ ଅତିଥି ଭାବରେ ଯୋଗ ଦେଇଥିବା ମନ୍ତ୍ରିମଣ୍ଡଳର ସଦସ୍ୟବୃନ୍ଦ ଓ ବିଧାୟକମାନଙ୍କୁ ସମ୍ବୋଧନ କରି ମୁଖ୍ୟମନ୍ତ୍ରୀ କହିଥିଲେ ଯେ- ହିଞ୍ଜିଳିର ସ୍କୁଲମାନଙ୍କର ଏ ରୂପାନ୍ତରଣ ସମସ୍ତଙ୍କ ପାଇଁ ନିଶ୍ଚିତ ଭାବରେ ଏକ ବଡ଼ ପ୍ରେରଣା । ଏହା ସାରା ରାଜ୍ୟରେ ମଧ୍ୟ ସମ୍ଭବ । ଗଞ୍ଜାମରେ ଏହାର ସଫଳତା ହେଉଛି ଗୋÂୀର ଅଂଶଗ୍ରହଣ । ଆପଣ ଗଞ୍ଜାମରେ ଯଦି କିଛି କାମ ପାଇଁ ଏକ ଲକ୍ଷ ଟଙ୍କା ଦେବେ, ତେବେ ସେମାନେ ଆପଣଙ୍କୁ ଦୁଇ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ସେହିପରି ୫ ଲକ୍ଷ ଦେଲେ, ୮ ଲକ୍ଷ ଟଙ୍କାର କାମ କରି ଦେଖାଇବେ । ଗଞ୍ଜାମର ଏହି ଗୋÂୀ ଚେତନା ହିଁ ଗଞ୍ଜାମର ସବୁଠାରୁ ବଡ଼ ଶକ୍ତି ଓ ସଫଳତା । ସାରା ରାଜ୍ୟରେ ପିଲାମାନଙ୍କ ସୁନ୍ଦର ଭବିଷ୍ୟତ ପାଇଁ ମିଳିମିଶି କାମ କଲେ ତାହା ହିଁ ଆଣିବ ଓଡ଼ିଶାର ପ୍ରକୃତ ରୂପାନ୍ତର ।
ପରିଶେଷରେ ଜନସାଧାରଣ ରୂପାନ୍ତରଣ ହୋଇଥିବା ସ୍କୁଲଗୁଡ଼ିକର ଯନô ନିଜ ସମ୍ପତ୍ତି ପରି ନେବା ପାଇଁ ମୁଖ୍ୟମନ୍ତ୍ରୀ ସମସ୍ତଙ୍କୁ ଅନୁରୋଧ କରିଥିଲେ । ଏହି କାର୍ଯ୍ୟକ୍ରମରେ କୋଡ଼ିଏ ଜଣ ବିଧାୟକ ଓ ମନ୍ତ୍ରୀ ଭାଗ ନେଇଥିଲେ । ସେମାନେ ସ୍କୁଲ ରୂପାନ୍ତରୀକରଣ କାମର ଉଚ୍ଚପ୍ରଶଂସା କରିଥିଲେ । ୫-ଟି ସଚିବ ଭି.କେ.ପାଣ୍ଡିଆନ କାର୍ଯ୍ୟକ୍ରମ ସଞ୍ଚାଳନା କରିଥିଲେ । ଏଥିରେ ମୁଖ୍ୟ ଶାସନ ସଚିବଙ୍କ ସମେତ ବରିÂ ପଦାଧିକାରୀ ଓ ବିଭିନ୍ନ ଜିଲ୍ଲାର ଜିଲ୍ଲାପାଳମାନେ ଉପସ୍ଥିତ ଥିଲେ ।
Comments are closed, but trackbacks and pingbacks are open.