ଭୁବନେଶ୍ବର : ଆସନ୍ତା ୨୭ରେ ଓଡିଶା ଗସ୍ତରେ ଆସିବେ ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ । ବଲାଙ୍ଗିରରେ ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ କରିବେ ଉପରାଷ୍ଟ୍ରପତି । ଏହି ଲୋକାର୍ପଣ ଉତ୍ସବରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ଯୋଗ ଦେବାର କାର୍ୟ୍ୟକ୍ରମ ରହିଛି । ଏନେଇ ପ୍ରେସମିଟ୍ରେ ବିପିସିଏଲ ପକ୍ଷରୁ ସୂଚନା ଦିଆଯାଇଛି ।
ସୂଚନା ଯୋଗ୍ୟ ଯେ, ଉପରାଷ୍ଟ୍ରପତି ଭେଙ୍କେୟା ନାଇଡୁ ଦିନିକିଆ ଓଡିଶା ଗସ୍ତରେ ଆସିବେ। ଏହି ଅବରେ ସେ ବଲାଙ୍ଗିରରେ ଥିବା ଏଲପିଜି ବଟଲିଂ ପ୍ଲାଣ୍ଟର ଲୋକାର୍ପଣ କାର୍ୟ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବା କାର୍ୟ୍ୟକ୍ରମ ରହିଛି। ତେଣୁ ପୁଲିସ୍ ପକ୍ଷରୁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯିବାର ସୂଚନା ମିଳିଛି।
Comments are closed, but trackbacks and pingbacks are open.