୪୩ କରୋନା ଯୋଦ୍ଧା ସଂକ୍ରମିତ

Get real time updates directly on you device, subscribe now.

ବ୍ରହ୍ମପୁର : ସାରା ରାଜ୍ୟରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢି ଚାଲିଛି । ଆଜି ରାଜ୍ୟରେ ୫୭୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ ଗଞାମ ଜିଲ୍ଲାରେ ୨୧୮ ଜଣ କରୋନା ଆକ୍ରାନ୍ତ ରହିଥିବା ବେଳେ ଦୁଇଜଣଙ୍କ ମୃତ୍ୟୁ ମଧ୍ୟ ହୋଇଥିବା ସୂଚନା ମିଳିଛି । ଆଜି ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମିଶାଇ ଜିଲ୍ଲାରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୩୫୦୦ ଟପିଛି । ଆକ୍ରାନ୍ତଙ୍କ ସଂଖ୍ୟା ୩୬୩୪ ରେ ପହଞ୍ଚିବା ବେଳେ ମୃତ୍ୟୁ ସଂଖ୍ୟା ୩୪ରେ ପହଞ୍ଚିଛି । ସେହିପରି ଜିଲ୍ଲାରେ ୧୮୯୨ଜଣ ସୁସ୍ଥ ହୋଇଥିବା ବେଳେ ୧୭୦୮ଟି ଆକ୍ଟିଭ୍‌ କେସ୍‌ ରହିଛି ।ତେବେ ଆଜି ଚିହ୍ନଟ ହୋଇଥିବା ୨୧୮ କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୪୩ ଜଣ କରୋନା ଯୋଦ୍ଧା ରହିଛନ୍ତି । ସେହିପରି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରେ ୭ କରୋନା ଯୋଦ୍ଧା ଏବଂ ୩୪ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଥିବା ଜିଲ୍ଲାପାଳ ଟ୍ୱିଟ ମାଧ୍ୟମରେ ସୂଚନା ଦେଇଛନ୍ତି । ଆଜି ବ୍ରହ୍ମପୁର ମହାନଗର ନିଗମ ଅଞ୍ଚଳରୁ ମୋଟ ୪୧ ଜଣ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons