ଭୁବନେଶ୍ୱର : ୫ଟି କାର୍ୟ୍ୟକ୍ରମ ପାଇଁ ପୁରସ୍କାର ଘୋଷଣା କଲେ ମୁଖ୍ୟମନ୍ତ୍ରୀ । ଶ୍ରେଷ୍ଠ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ମିଳିବ ପୁରସ୍କାର । ଡାକ୍ତରଙ୍କ ପାଇଁ ୧୦ ଲକ୍ଷ ଲେଖାଏଁ ପୁରସ୍କାର ଘୋଷଣା କରାଯାଇଥିବାବେଳେ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀଙ୍କ ପାଇଁ ୫ ଲକ୍ଷ ଲେଖାଏଁ ପୁରସ୍କାର ଘୋଷଣା କରାଯାଇଛି । ସ୍ୱାସ୍ଥ୍ୟ ସେବାରେ ଭଲ କାମ କଲେ ଏହି ମିଳିବ ପୁରସ୍କାର ।
୫ଟି କାର୍ୟ୍ୟକ୍ରମରେ ରାଜ୍ୟ ସରକାର ଜନସାଧାରଣଙ୍କୁ ଗୁଣାତ୍ମକ ସ୍ୱାସ୍ଥ୍ୟ ସେବା ଯୋଗାଇ ଦେବା ଉପରେ ବିଶେଷ ଗୁରୁତ୍ୱ ଆରୋପ କରୁଛନ୍ତି । ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ କାର୍ୟ୍ୟ କରୁଥିବା ଅନେକ ଡାକ୍ତର, ପାରାମେଡିକାଲ ଷ୍ଟାଫ୍ ଓ ଅନ୍ୟ କର୍ମଚାରୀମାନେ ଉନ୍ନତ ସ୍ୱାସ୍ଥ୍ୟସେବା ଯୋଗାଇ ଦେବା ପାଇଁ ଆନ୍ତରିକତାର ସହ କାର୍ୟ୍ୟ କରୁଛନ୍ତି । ତେଣୁ ଏହି ନିଷ୍ଠାପର ଡାକ୍ତର ଓ ସ୍ୱାସ୍ଥ୍ୟସେବା କର୍ମଚାରୀମାନଙ୍କୁ ଉତ୍ସାହିତ କରିବା ଏବଂ ସେମାନଙ୍କ କାର୍ୟ୍ୟକୁ ସ୍ୱୀକୃତି ଦେବାପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ସେମାନଙ୍କ ପାଇଁ ବିଭିନ୍ନ ପୁରସ୍କାର ଘୋଷଣା କରିଛନ୍ତି । ଏହା ସହିତ ଭଲ କାମ କରୁଥିବା ସରକାରୀ ସ୍ୱାସ୍ଥ୍ୟ ଅନୁଷ୍ଠାନଗୁଡିକୁ ମଧ୍ୟ ପୁରସ୍କୃତ କରାଯିବ ।
ସ୍ୱାସ୍ଥ୍ୟ ସେବା କ୍ଷେତ୍ରରେ ଉଲ୍ଲେଖନୀୟ କାର୍ୟ୍ୟପାଇଁ ସର୍ବୋଚ୍ଚ ପୁରସ୍କାର ଭାବରେ ମୁଖ୍ୟମନ୍ତ୍ରୀଙ୍କ ପୁରସ୍କାର ପ୍ରଦାନ କରାଯିବ । ଏଥିପାଇଁ ରାଜ୍ୟସ୍ତରୀୟ ଉତ୍ସବରେ ସ୍ୱାସ୍ଥ୍ୟ ସେବା ଯୋଗାଇବାରେ ଶ୍ରେଷ୍ଠ ବିବେଚିତ ୧୦ ଜଣ ଡାକ୍ତର ଓ ଅନ୍ୟ ସ୍ୱାସ୍ଥ୍ୟ କର୍ମଚାରୀଙ୍କୁ ପୁରସ୍କୃତ କରାଯିବା ନେଇ ଘୋଷଣା ହୋଇଛି । ଡାକ୍ତରଙ୍କ କ୍ଷେତ୍ରରେ ପୁରସ୍କାର ରାଶି ୧୦ ଲକ୍ଷ ଟଙ୍କା ରଖାଯାଇଥିବାବେଳେ ଅନ୍ୟ ସ୍ୱାସ୍ଥ୍ୟ ସେବା କର୍ମଚାରୀଙ୍କ କ୍ଷେତ୍ରରେ ୫ ଲକ୍ଷ ଟଙ୍କା ଲେଖାଏ ରଖାଯାଇଛି ।
Comments are closed, but trackbacks and pingbacks are open.