ଭୁବନେଶ୍ୱର : ଲଘୁଚାପ ପ୍ରଭାବରେ ଗତକାଲି ଠାରୁ ଓଡ଼ିଶାରେ ବର୍ଷା ଲାଗି ରହିଛି। ଯେଉଁଥିପାଇଁ ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ଆସନ୍ତାକାଲି ପ୍ରବଳ ବର୍ଷାର ପରିମାଣ ବଢ଼ିବାର ଆଶଙ୍କା ରହିଛି। ସେଥିପାଇଁ ୯ଟି ଜିଲ୍ଲାର ସ୍କୁଲ ଓ ଅଙ୍ଗନବାଡ଼ି କେନ୍ଦ୍ର ବନ୍ଦ ରଖିବାକୁ ସରକାର ଘୋଷଣା କରିଛନ୍ତି। ଏହି ଜିଲ୍ଲା ଗୁଡ଼ିକ ହେଲା ଯାଜପୁର, ପୁରୀ, ଖୋର୍ଦ୍ଧା, କେନ୍ଦୁଝର, ଭଦ୍ରକ, ବାଲେଶ୍ୱର, କେନ୍ଦ୍ରାପଡ଼ା , ଜଗତସିଂହପୁର ଓ ଢ଼େଙ୍କାନାଳ।
ପାଣିପାଗ ବିଭାଗ ସୂଚନା ଅନୁସାରେ, ଆସନ୍ତାକାଲି ପ୍ରବଳରୁ ଅତି ପ୍ରବଳ ବର୍ଷା ହେବ। ସେଥିପାଇଁ ଏହି ଜିଲ୍ଲା ଗୁଡ଼ିକ ପାଇଁ ରେଡ୍ ୱାର୍ଣ୍ଣିଂ ଜାରି କରାଯାଇଛି। ଏଥିସହ ୧୦ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ସମ୍ଭାବନା ରହିଛି। ତେଣୁ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା, ଜଗତସିଂହପୁର, ଗଂଜାମ, ନୟାଗଡ଼, ଦେବଗଡ଼ ଓ ଅନୁଗୋଳ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରି ପାଣିପାଗ ବିଭାଗ।
ସେହିପରି ସୁନ୍ଦରଗଡ଼, ସମ୍ବଲପୁର, ବୌଦ୍ଧ, କନ୍ଧମାଳ ଓ ଗଜପତିକୁ ୟେଲୋ ୱାର୍ଣ୍ଣିଂ ଜାରି ହୋଇଛି। ଆସନ୍ତା ଶନିବାର ଯାଏ ଉତ୍ତର ଓ ଦକ୍ଷିଣ ଉପକୂଳବର୍ତ୍ତୀ ଜିଲ୍ଲାମାନଙ୍କରେ ମଧ୍ୟମ ଧରଣର ବର୍ଷା ହୋଇପାରେ।


Comments are closed, but trackbacks and pingbacks are open.