ଭୁବନେଶ୍ୱର : ମାନ୍ୟବର ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରୀୟ ଅଧ୍ୟକ୍ଷ ଶ୍ରୀ ଅମିତ ଶାହାଙ୍କ ନୀତି ଆଦର୍ଶରେ ଅନୁପ୍ରାଣିତ ହୋଇ କେନ୍ଦ୍ର ପେଟ୍ରୋଲିୟମ ଓ ପାକୃତିକ ଗ୍ୟାସ, ଇସ୍ପାତ ମନ୍ତ୍ରୀ ଶ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଉପସ୍ଥିତିରେ ପୁରୀ ଜିଲ୍ଲା ବ୍ରହ୍ମଗିରୀ ନିର୍ବାଚନ ମଣ୍ଡଳୀ କୃଷ୍ଣପ୍ରସାଦ ବ୍ଲକ ଚେୟାରମ୍ୟାନ ସୌଦାମିନୀ ମାନସିଂହ ବିଜେପିରେ ସାମିଲ ହୋଇଛନ୍ତି । ତାଙ୍କ ସହ ବିଜେଡି ନେତା ସୁକାନ୍ତ ମାନସିଂହ ଏବଂ ପୁରୀ ଜିଲ୍ଲାର ଶତାଧିକ ବିଜେଡି କର୍ମୀ ବିଜେପିରେ ଯୋଗ ଦେଇଛନ୍ତି ।
କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ ସମସ୍ତ ନୂତନ ସଦସ୍ୟଙ୍କୁ ବିଦ୍ଧିବଦ୍ଧ ଭାବେ ଦଳରେ ସାମିଲ କରାଇଛନ୍ତି । ରାଜ୍ୟ ଉପ ସଭାପତି ଶ୍ରୀ ସମୀର ମହାନ୍ତି ସମସ୍ତଙ୍କୁ ସ୍ୱାଗତ କରିବା ସହ ସାଧୁବାଦ ଜଣାଇଛନ୍ତି । ଏହି ମିଶ୍ରଣ ଦ୍ୱାରା ଦଳ ଆହୁରି ମଜବୁତ୍ ହେବ ବୋଲି ଶ୍ରୀ ମହାନ୍ତି କହିଛନ୍ତି ।
ଏହି ମିଶ୍ରଣ ପର୍ବରେ ବ୍ରହ୍ମଗିରୀ ବିଧାୟକ ଲଲିତେନ୍ଦୁ ବିଦ୍ୟାଧର ମହାପାତ୍ର, ପୁରୀ ବିଧାୟକ ଜୟନ୍ତ ଷଡଙ୍ଗୀ, ରାଜ୍ୟ
ଉପସଭାପତି ରମାରଂଜନ ବଳିଆରସିଂହ, ସାଧାରଣ ସଂପାଦକ ଭୃଗୁ ବକ୍ସିପାତ୍ର, ପୁରୀ ଜିଲ୍ଲା ସଭାପତି ପ୍ରଭଞ୍ଜନ ମହାପାତ୍ର,
ମହିଳା ମୋର୍ଚ୍ଚା ସଭାନେତ୍ରୀ ଶ୍ରୀମତୀ ପ୍ରଭାତି ପରିଡାଙ୍କ ସମେତ ଆଶ୍ରିତ ପଟ୍ଟନାୟକ,ରବି ମଲ୍ଲିକ ପ୍ରମୁଖ ଉପସ୍ଥିତ ଥିଲେ ।
Comments are closed, but trackbacks and pingbacks are open.