ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ଷÂ ଭାବରେ ଚନ୍ଦ୍ରଙ୍କ ଚଳନ ହେତୁ ବିନା ବାଧାରେ ଆଗେଇ ଯିବେ । ଦେହ ଓ ମନ ଭଲ ରହିବ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ଚାକିରିରେ ଚଳଚଞ୍ଚଳ ରହିବେ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ବୃଷ: କୃଷ୍ଣପକ୍ଷ ପଞ୍ଚମରେ ଘାତଚନ୍ଦ୍ର କାରଣରୁ ବାଧାବିଘ୍ନ ଦେଇ ଗତି କରିବେ । ସାଂସାରିକ ଦୁଶ୍ଚିନ୍ତା ରହିବ । ଚାକିରିରେ ସମସ୍ୟା ରହିବ । ରାଜନୀତିରେ ବିଷମ ପରିସ୍ଥିତି ରହିବ । ବାଣିଜ୍ୟରେ ପ୍ରତିବନ୍ଧକ ରହିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲ୍ଭର ।
ମିଥୁନ: କୃଷ୍ଣପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ ଚେଷ୍ଟା କରି ସଫଳ ହେବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ଚାକିରିରେ ସହଯୋଗ ମିଳିବ । ପରିବହନ, ଶିଳ୍ପ ଓ ବାଣିଜ୍ୟରେ ଶୁଭଫଳ ପାଇବେ । ଶୁଭ ଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
କର୍କଟ: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଦିନଟି ଉଚ୍ଚାଭିଳାଷୀ ହେବେ । ଉଭୟେ ପ୍ରେମ ଓ ସାଂସାରିକ ମଧୁର ସମ୍ପର୍କ ରହିବ । ମହିଳାମାନେ ଯଶକୀର୍ତ୍ତି ପାଇବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-ଗୋଲ୍ଡେନ୍ ।
ସିଂହ: କୃଷ୍ଣପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ଆବଦ୍ଧ ଯୋଗ ମନେ ହେବ । ସାଂସାରିକ ସମସ୍ୟା ରହିବ । ଚାକିରିରେ କାର୍ଯ୍ୟଭାର ରହିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ବିଶେଷ ଭଲ ହେବନାହିଁ । ଶୁଭ ଅଙ୍କ-୯ ଶୁଭ ରଙ୍ଗ-ମେରୁନ୍ ।
କନ୍ୟା: ଶ୍ରୀଚନ୍ଦ୍ର କାରଣରୁ କର୍ମ କ୍ଷେତ୍ରରେ ପ୍ରଶଂସିତ ହେବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ଚାକିରିରେ ସହକର୍ମୀଙ୍କର ସହଯୋଗ ମିଳିବ । ପରିବହନ ଓ ବାଣିଜ୍ୟରେ ଉନ୍ନତି କରିବେ । ଶୁଭଅଙ୍କ-୮, ଶୁଭ ରଙ୍ଗ-ଆକାଶୀ ।
ତୁଳା: କୃଷ୍ଣପକ୍ଷ ଦ୍ୱାଦଶରେ ଚନ୍ଦ୍ରଙ୍କ ଚଳନ ହେତୁ ଦିନଟି ବ୍ୟସ୍ତତା ଭିତରେ କଟିବ । ସାଂସାରିକ ଅତିଥିଙ୍କର ଆଗମନ ହୋଇପାରେ । ପରିବହନ ଓ ବାଣିଜ୍ୟରେ ସାଧାରଣ ଫଳ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ଧଳା ।
ବିଛା: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବିଭିନ୍ନ ଉପାୟରେ ଉପାର୍ଜନ କରିବେ । ସାଂସାରିକ ସୁଖୀ ରହିବେ । ମହିଳାମାନେ ଆଦରଣୀୟା ହେବେ । ପରିବହନ ଓ ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ଧନୁ: ଦଶମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଉନ୍ନତି ହେବ । ଚାକିରିରେ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ପରିବହନ ଓ ବାଣିଜ୍ୟରେ ଆୟ ବୃଦ୍ଧି ଓ ସଞ୍ଚୟ ହେବ । ଶୁଭ ଅଙ୍କ-୮, ଶୁଭ ରଙ୍ଗ-ବାଇଗଣି ।
ମକର: କୃଷ୍ଣପକ୍ଷ ନବମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ କିଛିଟା ସମସ୍ୟା ରହିବ । ସାଂସାରିକ ପଡେ଼ାଶୀଙ୍କ ସହ ମନାନ୍ତର ହୋଇପାରେ । ପରିବହନ ଓ ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ସିଲ୍ଭର ।
କୁମ୍ଭ: ଅଷ୍ଟମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ବିଷମତା ରହିବ । ସାଂସାରିକ ଅସହଯୋଗ ମନେ ହେବ । ଚାକିରିରେ ଚାପ ରହିବ । ପରିବହନ ଓ ବାଣିଜ୍ୟରେ ହାନି ହୋଇପାରେ । ଶୁଭଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ । ମୀନ: ସପ୍ତମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ପ୍ରସନ୍ନତା ଭିତରେ କଟିବ । ସାଂସାରିକ ସୁଖ ସମ୍ମାନ ପ୍ରାପ୍ତି ହେବ । ରାଜନୀତିରେ ଲୋକ ସମ୍ପର୍କ ବୃଦ୍ଧି ପାଇବ । ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭଅଙ୍କ-୯, ଶୁଭ ରଙ୍ଗ- ଲାଲ୍ ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons