ଆଜିର ରାଶିଫଳ

Get real time updates directly on you device, subscribe now.

ମେଷ: ଦୁଃସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ବହୁ କଷ୍ଟ କରି ମଧ୍ୟ ସଫଳ ହେବେ ନାହିଁ । ସାଂସାରିକ କଳହ ଓ ଅଶାନ୍ତି ଦେଖା ଦେଇପାରେ । ମହିଳାମାନେ ହତୋତ୍ସାହ ରହିବେ । ବାଣିଜ୍ୟରେ ହାନି ହୋଇପାରେ । ଶୁଭ ଅଙ୍କ-୭, ଶୁଭ ରଙ୍ଗ-କଫି ।
ବୃଷ: ସପ୍ତମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ ଅନେକ ବାଟରେ ଉପାର୍ଜନ କରିବେ । ସାଂସାରିକ ସହଯୋଗ ପାଇବେ । ରାଜନୀତିରେ ସକ୍ରିୟ ରହିବେ । କଳା, ବିଜ୍ଞାନ ଓ ବାଣିଜ୍ୟରେ ମନମୁତାବକ ଫଳ ମିଳିବ । ଶୁଭଅଙ୍କ-୬, ଶୁଭରଙ୍ଗ-ସିଲ୍ଭର ।
ମିଥୁନ: ଷÂ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ଚଳଚଞ୍ଚଳ ରହିବେ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଆଦରଣୀୟା ହେବେ । ପରିବହନ ଓ ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୪, ଶୁଭ ରଙ୍ଗ-ମେଟାଲିକ୍ ।
କର୍କଟ: ଶୁକ୍ଳପକ୍ଷ ପଞ୍ଚମରେ ଚନ୍ଦ୍ରଙ୍କ ଚଳନ ହେତୁ କର୍ମ କ୍ଷେତ୍ରରେ ସହଯୋଗ ମିଳିବ । ସାଂସାରିକ ଉନ୍ନତି କରିବେ । ଚକିରିରେ କର୍ତ୍ତବ୍ୟ ସୂଚାରୁରୂପେ ତୁଲାଇବେ । ପରିବହନ ଓ ବାଣିଜ୍ୟରେ ଲାଭାନ୍ୱିତ ହେବେ । ଶୁଭ ଅଙ୍କ-୯, ଶୁଭ ରଙ୍ଗ-ଲାଲ୍ ।
ସିଂହ: ଶୁକ୍ଳପକ୍ଷ ଚତୁର୍ଥରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ରହିବ । ସାଂସାରିକ ଖର୍ଚ୍ଚାନ୍ତ ଦେଖାଦେବ । ଚାକିରିରେ କାର୍ଯ୍ୟଭାର ରହିବ । କଳା, ବିଜ୍ଞାନ ଓ ବାଣିଜ୍ୟରେ ସମସ୍ୟା ରହିବ । ଶୁଭ ଅଙ୍କ-୩ ଶୁଭ ରଙ୍ଗ-କ୍ରିମ୍ ।
କନ୍ୟା: ପରାକ୍ରମ ସ୍ଥାନରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ସହଯୋଗ ପାଇବେ । ସାଂସାରିକ ଅର୍ଥପ୍ରାପ୍ତି ଯୋଗ ରହିଛି । ଚାକିରିରେ ପଦୋନ୍ନତି ହୋଇପାରେ । ବାଣିଜ୍ୟରେ ଲାଭ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।
ତୁଳା: ଶୁକ୍ଳପକ୍ଷ ଦ୍ୱିତୀୟରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କୌଣସି ଆର୍ଥିକ ଯୋଜନା କାର୍ଯ୍ୟକାରୀ ହେବ । ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ । ପରିବହନ ଓ ବାଣିଜ୍ୟରେ ଲାଭଜନକ ରହିବ । ଶୁଭଅଙ୍କ-୬, ଶୁଭ ରଙ୍ଗ-ଧଳା ।
ବିଛା: ଶ୍ରୀଚନ୍ଦ୍ର କାରଣରୁ ଦିନଚର୍ଯ୍ୟା ଆଡ଼ମ୍ବର ପୂର୍ଣ୍ଣ ରହିବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ମହିଳାମାନେ ଯଶକୀର୍ତ୍ତି ପାଇବେ । ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ବାଣିଜ୍ୟରେ ଲାଭ ମିଳିବ । ଶୁଭ ଅଙ୍କ-୧, ଶୁଭ ରଙ୍ଗ-ପିଙ୍କ୍ ।
ଧନୁ: ଶୁକ୍ଳପକ୍ଷ ବ୍ୟୟ ଭାବରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ କର୍ମ କ୍ଷେତ୍ରରେ ବ୍ୟୟ ବହୁଳତା ରହିବ । ଚାକିରିରେ ଚାପ ରହିବ । ମହିଳାମାନେ ବିରକ୍ତିମନା ହେବେ । ପରିବହନ ଓ ବାଣିଜ୍ୟରେ ମାନ୍ଦା ରହିବ । ଶୁଭ ଅଙ୍କ-୩, ଶୁଭ ରଙ୍ଗ-କ୍ରିମ୍ ।
ମକର: ଏକାଦଶରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ଦିନଟି ସୁଖ ସମୃଦ୍ଧି ପ୍ରାପ୍ତି ହେବ । ସାଂସାରିକ ଉନ୍ନତି କରିବେ । ମହିଳାମାନେ ରକ୍ଷଣଶୀଳ ହେବେ । ପରିବହନ ଓ ବାଣିଜ୍ୟରେ ବେଶ୍ ଆୟ ହେବ । ଶୁଭଅଙ୍କ-୮, ଶୁଭ ରଙ୍ଗ-କଳା ।
କୁମ୍ଭ: ଦଶମରେ ଚନ୍ଦ୍ରଙ୍କ ପରିକ୍ରମଣ ହେତୁ କର୍ମ କ୍ଷେତ୍ରର ପରିସର ବୃଦ୍ଧି ପାଇବ । ସାଂସାରିକ ସୁଖଶାନ୍ତି ପ୍ରାପ୍ତି ହେବ । ପ୍ରଶାସନିକ ମାନମର୍ଯ୍ୟାଦା ପ୍ରାପ୍ତି ହେବ । ବାଣିଜ୍ୟରେ ଉତ୍ତମ ଆୟ ହେବ । ଶୁଭଅଙ୍କ-୫, ଶୁଭ ରଙ୍ଗ-ସବୁଜ ।ମୀନ: ଶୁକ୍ଳପକ୍ଷ ନବମରେ ଚନ୍ଦ୍ରଙ୍କ ଗତିଶୀଳ ହେତୁ ସମାଜରେ ସୁନାମ ପାଇବେ । ସାଂସାରିକ ଉତ୍ତମ ବୁଝାମଣା ରହିବ । ରାଜନୀତିରେ ଜନସେବାରେ ବ୍ରତୀ ହେବେ । ବାଣିଜ୍ୟରେ ଶୁଭଫଳ ମିଳିବ । ଶୁଭଅଙ୍କ-୨, ଶୁଭ ରଙ୍ଗ-ସିଲ୍ଭର ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons