କେନାଲରୁ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

Get real time updates directly on you device, subscribe now.

ଅନୁଗୋଳ: କେନାଲରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତକଙ୍କ ପରିଚୟ ମିଳିପାରିନାହିଁ । ପୋଲିସ ମୃତଦେହ ଉଦ୍ଧାର କରି ତଦନ୍ତ କରୁଛି ।
ସୂଚନାଯୋଗ୍ୟ ଯେ, ଅନୁଗୋଳ ଜିଲ୍ଲା ତାଳଚେର ବାଇପାସ ନିକଟ କେନାଲରୁ ଜଣେ ଅଜଣା ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର ହୋଇଛି । ମୃତଦେହଟି କେନାଲରେ ଭାସୁଥିବାର ଦେଖି ଲୋକମାନେ ପୋଲିସକୁ ଖବର ଦେଇଥିଲେ । ଖବର ପାଇ ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହ ଜବତ କରିଛି । ମୃତକଙ୍କ ପରିଚୟ ମିଳିପାରିନାହିଁ ।ତେବେ ତାଙ୍କୁ କେହି ହତ୍ୟା କରି କେନାଲରେ ଫିଙ୍ଗି ଦେଇଥିବା ସନ୍ଦେହ କରାଯାଉଛି ।

Get real time updates directly on you device, subscribe now.

Comments are closed, but trackbacks and pingbacks are open.

Show Buttons
Hide Buttons