ବାଙ୍କୀ : କଟକ ଜିଲ୍ଲା ବାଙ୍କୀ ଥାନା ଅନ୍ତର୍ଗତ ବରପୁଟ ପଞ୍ଚାୟତ ପଥପୁର ପାଟଣା ସାହି ନିକଟରେ ହତ୍ୟାକାଣ୍ଡ ଘଟିଛି । ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଥିବା ବେଳେ , ହତ୍ୟାକାଣ୍ଡ କାରଣ ଅସ୍ପଷ୍ଟ ରହିଛି । ପୋଲିସ ପକ୍ଷରୁ ତଦନ୍ତ ଆରମ୍ଭ
ସୂଚନାଯୋଗ୍ୟ ଯେ, ପଥପୁର ପାଟଣାସାହିରେ ଜଣେ ଯୁବକଙ୍କୁ ପଥରରେ ଛେଚି ହତ୍ୟା କରାଯାଇଛି । ମୃତ ଯୁବକ ଜଣକ ହେଲେ ଗୁଣ୍ଡିଚା ନାୟକ । ହତ୍ୟାକାଣ୍ଡର ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହକୁ ଜବତ କରିଛି । ମୃତଦେହକୁ ଶବବ୍ୟବଛେଦ ପାଇଁ ପାଇଁ ବାଙ୍କୀ ମେଡିକାଲରେ ଭର୍ତ୍ତି କରାଯାଇଛି ।ପୂର୍ବ ଶତ୍ରୁତାକୁ ନେଇ ହତ୍ୟାକାଣ୍ଡ କରାଯାଇଥିବା ସନ୍ଦେହ । ମୃତକଙ୍କ ପରିବାର ପକ୍ଷରୁ ବାଙ୍କୀ ଥାନାରେ ଏତଲା ।ବାଙ୍କି ଥାନା ପୋଲିସର ତଦନ୍ତ ଜାରି ।ଶବ ବ୍ୟବେଛେଦ ରିପୋର୍ଟ ଆସିବା ପରେ ପ୍ରକୃତ ସତ୍ୟ ଜଣାପଡିବ ବୋଲି ବାଙ୍କୀ ଥାନା ଅଧିକାରୀ ସମୀର ପଣ୍ଡାଙ୍କ ସୂଚନା ଦେଇଛନ୍ତି ।
Comments are closed, but trackbacks and pingbacks are open.